ଓଡ଼ିଆ ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ବିଶିଷ୍ଟ ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା।  

ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ୮୦ରୁ ଅଧିକ ଓଡ଼ିଆ ଫିଲ୍ମର ଏଡିଟିଂ କରିଥିଲେ। ତାଙ୍କ ମୃତ୍ୟୁରେ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳି ଯାଇଛି।

‘ପୁଅ ମୋର କଳା ଠାକୁର’ ତାଙ୍କର ପ୍ରଥମ ଏଡିଟିଂ ଫିଲ୍ମ ଥିଲା। ‘ଉଦଣ୍ଡୀ ସୀତା’, ‘ଭାଗ୍ୟ ହାତେ ଡୋରୀ’, ‘ଅଣ୍ଟିଛୁରୀ ତଣ୍ଟି କାଟେ’, ‘ଶ୍ରଦ୍ଧାଞ୍ଜଳି’, ‘ଯଶୋଦା’, ‘କଳାମାଣିକ’ ଓ ସାବିତ୍ରୀ ଭଳି ଅନେକ ଫିଲ୍ମର ସେ ଏଡିଟିଂ କରିଥିଲେ। ଫିଲ୍ମ ‘କାଶିଆ କପିଳା’ ଓ  ‘ପରଦେଶୀ ଚଢେଇ’ ପାଇଁ ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ।

ଆହୁରି ପଢ଼ନ୍ତୁ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

You might also like