ସାମ୍ବାଦିକଙ୍କ ଉପରକୁ ହାତ ଉଠାଇଲେ କେନ୍ଦ୍ରାପଡ଼ା ଏସ୍‌ପି !

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଏସ୍‌ପିଙ୍କ ଦବଙ୍ଗଗିରିର ଝଲକ ଆଜି ଦେଖିବାକୁ ମିଳିଛି। ତା’ ସହିତ ଖବର ସଂଗ୍ରହ ପାଇଁ ଯାଇଥିବା ଜଣେ ସାମ୍ବାଦିକଙ୍କୁ ପୁଲିସ ବଡ଼ବାବୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏକ ଘରୋଇ ଟିଭି ଚ୍ୟାନେଲର ସାମ୍ବାଦିକ ଅଜେଶ ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା ବାରିମୂଳରେ ଦୁର୍ବ୍ୟବହାର ସହ ଆକ୍ରମଣ ହୋଇଛି।

ପାଟକୁରା ଉପ-ନିର୍ବାଚନର ରିପୋର୍ଟିଂ ପାଇଁ ଅଜେଶ ଯାଇଥିଲେ। ସେଠାରେ କୌଣସି କାରଣରୁ କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖର ତାଙ୍କୁ ଦୁର୍ବ୍ୟବହାର କରିବା ସହ ହାତ ଉଠାଇଥିବା ଅଭିଯୋଗ ହୋଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର ବେଳେ ଖବର ସଂଗ୍ରହ ବେଳେ ସାମ୍ବାଦିକ ଅଜେଶ ପୁଲିସ ଆକ୍ରୋଶର ଶିକାର ହୋଇଛନ୍ତି। ଏହି ଘଟଣାକୁ ନେଇ ସାମ୍ବାଦିକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

You might also like