ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ
କଳାହାଣ୍ଡି: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ମହୁଲପାଟଣା ଫାଣ୍ଡି ASI ମଳୟ ରଣା ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।
ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟ୍ରରକୁ ରିଲିଜ୍ କରିବା ପାଇଁ ASI ମଳୟ ରଣା ଗତକାଲି ସମ୍ପୃକ୍ତ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ପୂର୍ବରୁ ଛକି ବସିଥିବା କଳାହାଣ୍ଡି ଭିଜିଲାନ୍ସ ତାଙ୍କୁ ଧରିଥିଲା। ଅଧିକ ପଚରାଉଚରା ପାଇଁ ASIଙ୍କୁ ଭବାନୀପାଟଣା ସ୍ଥିତ ଭିଜିଲାନ୍ସ କାର୍ଯ୍ୟାଳୟକୁ ନିଆଯାଇଛି।
ସୂଚନାଥାଉ କି, ଗତ ୬ ତାରିଖରେ ଥୁଆମୂଳ ରାମପୁର ଥାନାର ଜଣେ ASI ମଧ୍ୟ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।