ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ନିର୍ବାଚନ ହେଉଥିବା ବେଳେ ଆଜି ୬ଟି ଲୋକସଭା ସହ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଏହି ୬ଟି ଲୋକସଭା ଆସନ ହେଲା- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, ପୁରୀ, କଟକ ଓ ଭୁବନେଶ୍ୱର।

ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ତେବେ ମାଓ ପ୍ରବଣ ବୁଥ୍ ଗୁଡିକରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍‌ ଗ୍ରହଣ କରାଯିବ।

ସମ୍ବଲପୁର, ଢେଙ୍କାନାଳ  ଓ କେନ୍ଦୁଝର ମାଓ ପ୍ରବଣ ଅଞ୍ଚଳ ହୋଇଥିବାରୁ ଏହା ଅନ୍ତର୍ଗତ କୁଚିଣ୍ଡା, ରେଢାଖୋଲ, ଦେବଗଡ଼, ଚମ୍ପୁଆ, ପାଲଲହଡ଼ା, ଅନୁଗୁଳ ଓ ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ଣ ୪ଟାରେ ସରିବ।

ଓଡ଼ିଶାର ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଆସନ ପାଇଁ  ୬୧ଜଣ ପ୍ରାର୍ଥୀ ଥିବା ବେଳେ ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ, ୬ ଜଣ ମହିଳା ଅଛନ୍ତି।  ସେହିପରି ୪୨ଟି ବିଧାନସଭା ପାଇଁ ୩୫୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।  ଏମାନଙ୍କ ମଧ୍ୟରେ ୩୧୮ ଜଣ ପୁରୁଷ, ୩୭ ଜଣ ମହିଳା ଓ ଜଣେ ତୃତୀୟ ଲିଙ୍ଗୀ ଅଛନ୍ତି।

ତୃତୀୟ ପର୍ଯ୍ୟାୟ ପାଇଁ ରାଜ୍ୟରେ ୧୦ ହଜାର ୪୬୪ ବୁଥ୍ କରାଯାଇଥିବା ବେଳେ ମୋଟ ଭୋଟରଙ୍କ ସଂଖ୍ୟା ହେଉଛି ୯୨ ଲକ୍ଷ ୫୬ ହଜାର ୯୨୨।  ଏମାନଙ୍କ ମଧ୍ୟରୁ ୪୭ ଲକ୍ଷ ୯୯ ହଜାର ୩୦ ପୁରୁଷ ଭୋଟର ଥିବା ବେଳେ ୪୪ ଲକ୍ଷ ୫୬ ଜଣ ୭୨୯ ମହିଳା ଓ ୧୧୬୩ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୩୮୩ଟି ବୁଥ୍ ସମ୍ବେଦନଶୀଳ ରହିଛି।  ଭୋଟ୍‌ବେଳେ ସୁରକ୍ଷା ପାଇଁ ଏଠାରେ ୩୦ ପ୍ଲାଟୁନ୍ ଫୋର୍ସ, ୬ ପ୍ଲାଟୁନ୍ ଅର୍ଦ୍ଧସାମରିକ ବଳ ସହ ୨୦୦ ଅଫିସରଙ୍କୁ ନିୟୋଜିତ କରାଯାଇଛି। କଟକ ଓ ଭୁବନେଶ୍ୱରରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like