ପାଣି ପାଇଁ ଆନ୍ଦୋଳନ

ନୟାଗଡ଼: ଖରା ଦିନ ଆରମ୍ଭ ନ ହେଉଣୁ ପାଣି ପାଇଁ ସଂଘର୍ଷ ଆରମ୍ଭ ହୋଇଗଲାଣି। ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ବୋରଗାଁର ଲୋକେ ପିଇବା ପାଣି ମୁନ୍ଦାଏ ପାଇଁ ଗରା, ବାଲଟି ରଖି ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି। ତୁରନ୍ତ ପାଣି ସମସ୍ୟା ଦୂର କରିବାକୁ ଦାବି କରିଛନ୍ତି ଲୋକେ।

ସେମାନେ ଅଭିଯୋଗ କରିଛନ୍ତି, ଗାଁରେ ୬ ଶହରୁ ଅଧିକ ଲୋକଙ୍କ ପାଇଁ ୩ଟି ନଳକୂଅ ଅଛି। ମାତ୍ର ତାହା ଭାଙ୍ଗିରୁଜି ଯାଇଛି। ଯେଉଁ ନଳକୂଅଟିଏ ଅଛି, ସେଥିରୁ ମଧ୍ୟ ବ୍ୟବହାର ଅନୁପଯୋଗୀ ପାଣି ବାହାରୁଛି। ଏନେଇ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କିଛି ପଦକ୍ଷେପ ନିଆଯାଉ ନଥିବାରୁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଗ୍ରାମବାସୀ।

ସେପଟେ, ଯଥାଶୀଘ୍ର ବୋରଗାଁର ପାନୀୟ ଜଳ ସମସ୍ୟା ଦୂର କରିବାକୁ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରସନ୍ନ କୁମାର ଦାସ ପ୍ରତିଶ୍ରୁତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like