• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ଭୁବନେଶ୍ୱର:  ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, ସୋନପୁର, ନୂଆପଡ଼ା ଓ ଝାରସୁଗୁଡ଼ା।

ଆଜି ଏହି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ସେହିପରି କୋରାପୁଟ, ରାୟଗଡ଼ା, କନ୍ଧମାଳ ଭଳି ୧୦ଟି ଜିଲ୍ଲାକୁ ଜାରି ହୋଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ୧୦ଟି ଜିଲ୍ଲାରେ ବି ପ୍ରବଳ ବର୍ଷା ହେବା ସମ୍ଭାବନ ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି।

ଏଥିସହିତ ଖୋର୍ଦ୍ଧା, କଟକ, ମାଲକାନଗିରି ଭଳି ୮ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆସନ୍ତାକାଲି ପାଇଁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ଯାଏ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀ ପରାମର୍ଶ ଦିଆଯାଇଛି।

ଆଜି କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସର୍ବାଧିକ ୬୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଉପରମୁଣ୍ଡରେ ବର୍ଷାଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ବଢ଼ିବାରେ ଲାଗିଛି। ଜଳଭଣ୍ଡାରର ଜଳସ୍ତର ଅପରାହ୍ଣ ୩ଟା ସୁଦ୍ଧା ୬୧୭.୦୬  ଫୁଟରେ ପହଞ୍ଚିଛି। ଜଳପତ୍ତନ ଓ ତଳମୁଣ୍ଡର ବନ୍ୟା ସ୍ଥିତିକୁ ଦେଖି ଆସନ୍ତାକାଲି ଦିନ ୧୧ଟାରେ ଡ୍ୟାମ୍‌ର କେତୋଟି ଗେଟ୍ ଖୋଲାଯିବ ସେନେଇ ନିଷ୍ପତ୍ତି ନିଆଯିବ ବୋଲି କେନ୍ଦ୍ରୀୟ ଜଳ ଆୟୋଗ ନିର୍ବାହୀ ଯନ୍ତ୍ରୀ କହିଛନ୍ତି।

 

Weather-alert-imd-issues-red-warning-for-7-odisha-districts
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories