ଆଜି ଏହିସବୁ ଜିଲ୍ଲାକୁ ଭିଜାଇବ ବର୍ଷା; ସାବଧାନ ! ଘଡ଼ଘଡ଼ି ବି ମାରିବ

ଭୁବନେଶ୍ୱର: ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସେଥିପାଇଁ ଦିନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି ।

You might also like