ଅାହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ଭୁବନେଶ୍ୱର : ବର୍ଷା ଅାହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ବୋଲି କହିଛି ପାଣିପାଗ ବିଭାଗ। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କ ଲୋ ପ୍ରେସର୍ ଏବେ ଉତ୍ତର ଉପକୂଳ ଓଡିଶାରେ କେନ୍ଦ୍ରୀଭୂତ ହୋଇଛି। ଧୀରେ ଧୀରେ ଏହା ଉତ୍ତର ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସହ ଅାଭ୍ୟନ୍ତୀରଣ ଓ ଉତ୍ତର ଓଡିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୨୪ ଘଣ୍ଟା ଭିତରେ ଝାରସୁଗୁଡା, ବରଗଡ, ସୁନ୍ଦରଗଡ, ଦେବଗଡ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଅାସନ୍ତା ୧୯ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପୁଣିଥରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

You might also like