କଟକ, ଭୁବନେଶ୍ୱରରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି ।

ରେଡ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେବଗଡ଼। ସେହିପରି ଟୁଇନ ସିଟିରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି କଟକ ଓ ଭୁବନେଶ୍ୱରରେ ସକାଳ ୯ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

ସେପଟେ ମୌସୁମୀ ବାୟୁ ଆସିବା ପରଠୁ ଏପର୍ଯ୍ୟନ୍ତ ବଙ୍ଗୋପସାଗରରେ ମୋଟ ୭ଟି ଲଘୁଚାପ ସୃଷ୍ଟି ହୋଇଛି। ଜୁନ୍ ୧୧, ଜୁଲାଇ ୭ରେ ଲଘୁଚାପ ସୃଷ୍ଟି ହୋଇଥିଲା। ହେଲେ କେବଳ ଅଗଷ୍ଟ ମାସରେ ଏଯାଁଏ ୫ଟି ଲଘୁଚାପ ସୃଷ୍ଟି ହୋଇସାରିଲାଣି । ତା ସତ୍ତ୍ୱେ ରାଜ୍ୟରେ ସ୍ୱାଭାବିକଠାରୁ ୨ ପ୍ରତିଶତ କମ୍ ବର୍ଷା ହୋଇଛି। ଏଯାଁଏ ରାଜ୍ୟରେ ମୋଟ୍ ୮ ଶହ ୩୩ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧାରେ ସର୍ବାଧିକ ୨୭ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି।

You might also like