ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ପୂରିଲା ବର୍ଷେ

ବଲାଙ୍ଗିର: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ଆଜି ବର୍ଷେ ପୂରିଛି। ଗତ ବର୍ଷ ଆଜିର ଦିନରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ହୋଇଥିଲା।

ପାଟଣାଗଡ଼ ସହରର ବରହମ୍ପୁରାରେ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ଘରକୁ ଆସିଥିବା ଏକ ପାର୍ସଲ ବୋମା ବିସ୍ଫୋରଣ ହୋଇଥିଲା। ଏଥିରେ ରବୀନ୍ଦ୍ରଙ୍କ ନବ ବିବାହିତ ପୁଅ ସୌମ୍ୟଶେଖର ଏବଂ ସୌମ୍ୟଶେଖରଙ୍କ ସମ୍ପର୍କୀୟ ଜେଜେ ମା’ଙ୍କ ମୃତ୍ୟୁ ଘଟିଥିଲା।

ବିସ୍ଫୋରଣରେ ସୌମ୍ୟଶେଖରଙ୍କ ପତ୍ନୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ। ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା।  ଏହି ହାଇପ୍ରୋଫାଇଲ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଘଟଣାରେ ସୌମ୍ୟଶେଖରଙ୍କ ମା’ ସଂଯୁକ୍ତା ସାହୁଙ୍କ ସହ ଏକାଠି ଗୋଟିଏ କଲେଜରେ କାମ କରୁଥିବା ଅଧ୍ୟାପକ ପୁଞ୍ଜିଲାଲ୍ ମେହେରଙ୍କୁ ଗିରଫ କରିଥିଲା।

ଏହି ମାମାଲାରେ କୋର୍ଟରେ ଚୂଡ଼ାନ୍ତ ଚାର୍ଜସିଟ୍ ଦାଖଲ ହୋଇଛି। ସେପଟେ ଗିରଫ ହୋଇ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍ ଜେଲ୍‌ରେ ଅଛନ୍ତି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like