• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମିତ ଜଣାପଡ଼ିବା ପରେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ବୈଜୟନ୍ତ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି ଯେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହା ଜାଣି ମୁଁ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ ଓ ଦୀର୍ଘ ଜୀବନ କାମନା କରୁଛି ।

ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ଅମିତ ଶାହାଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରି କହିଛନ୍ତି ଯେ ସାରା ଦେଶର ପ୍ରାର୍ଥନା ଓ ଶୁଭକାମନା ତାଙ୍କ ସହିତ ରହିଛି। ଆପଣ ଜଣେ ଯୋଦ୍ଧା। ଆପଣଙ୍କ ଇଚ୍ଛା ଶକ୍ତି ଅଟ୍ଟଳ। ଆପଣ ଶୀଘ୍ର ସୁସ୍ଥ ହୁଅନ୍ତୁ, ଏତିକି ମୋର କାମନା।


ସେହିପରି କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ ଟ୍ଵିଟ କରି ସେ ଲେଖିଛନ୍ତି ଯେ ପ୍ରଭୁ ଜଗନ୍ନାଥ ଆପଣଙ୍କୁ ଆରୋଗ୍ୟ କରନ୍ତୁ।

ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଅମିତ ଶାହାଙ୍କ ଆରୋଗ୍ୟ କାମନା କରିଛନ୍ତି।

ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏନେଇ ଖୋଦ୍ ଅମିତ ଶାହ ଟ୍ୱିଟ୍‌ କରି ସୂଚନା ଦେଇଥିଲେ। ପ୍ରାରମ୍ଭିକ ଲକ୍ଷଣ ଦେଖା ଯିବା ପରେ ଶାହ ନିଜର ଟେଷ୍ଟ କରାଇଥିଲେ। ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଟ୍ୱିଟ୍‌ରେ ସୂଚନା ଦେଇଥିଲେ। ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। କିନ୍ତୁ ଡାକ୍ତରଙ୍କ ପରାମର୍ଶ କ୍ରମେ ଶାହ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସେ  ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି।

Wishing-amit-saha-a-speedy-recovery-and-praying-for-a-long-life
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories