ମା’-ପୁଅଙ୍କୁ ଜୀଅନ୍ତା ଜାଳିଦେଲେ ଲୁଟେରା !

ଆନନ୍ଦପୁର: ଚୋରି କରିବାକୁ ଆସିଥିବା ଦୁର୍ବୃତ୍ତ ଘରେ ନିଆଁ ଲଗାଇ ଦେବାରୁ ଜଣେ ବୃଦ୍ଧା ଓ ତାଙ୍କ ପୁଅ ଜୀଅନ୍ତା ଜଳି ଯାଇଥିବା ଅଭିଯୋଗ ହୋଇଛି। କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ କଳିଗାଁରେ ଏଭଳି କିଛି ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ଜଞ୍ଜାଳି ଜେନା ଓ ତାଙ୍କ ପୁଅ ବନମାଳି ଜେନା।

ସୂଚନା ଅନୁସାରେ, କଳିଗାଁ ସ୍ଥିତ ଏକ ପୁରୁଣା ଅଙ୍ଗନବାଡ଼ି କେନ୍ଦ୍ରରେ ଜଞ୍ଜାଳି ଓ ବନମାଳି କିଛି ଦିନ ହେବ ରହି ଆସୁଥିଲେ। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଥିବା ଏକ ଦୋକାନ ଭିତରେ ପଶି ଲୁଟ୍‌ କରୁଥିଲେ। ଏହି ସମୟରେ ଜଞ୍ଜାଳି ଓ ବନମାଳି ଏହାକୁ ଦେଖି ଦେଇଥିଲେ। ଉଭୟ ମା’-ପୁଅ ସେମାନଙ୍କୁ ଚିହ୍ନି ଦେବା ଭୟରେ ଦୁର୍ବୃତ୍ତମାନେ ଅଙ୍ଗନବାଡ଼ି କେନ୍ଦ୍ରର ବାହାରପଟୁ କବାଟ ବନ୍ଦ କରି ନିଆଁ ଲଗାଇ ଦେଇଥିଲେ। ଫଳରେ ମା’-ପୁଅ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡ଼ିଛି।

ଘଟଣାସ୍ଥଳରେ ନନ୍ଦିପଦା ପୋଲିସ୍‌ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଥିବା ବେଳେ ଏପର୍ଯ୍ୟନ୍ତ ସୁଦ୍ଧା ଦୁର୍ବୃତ୍ତଙ୍କ ଟେର୍ ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like