ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ପ୍ରାଣ ହରାଇଲା ସ୍ତ୍ରୀ

ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): ଆତ୍ମହତ୍ୟା ପାଇଁ ଉଦ୍ୟମ କରୁଥିବା ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ପ୍ରାଣ ହରାଇଲା ସ୍ତ୍ରୀ। କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ଅନ୍ତର୍ଗତ ସାନଜରିଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ଗାଁର ଶୈଳେନ୍ଦ୍ର ମଲ୍ଲିକ ଓ ତାଙ୍କ ପତ୍ନୀ ବନ୍ଦିତାଙ୍କ ମଧ୍ୟରେ କୌଣସି କାରଣରୁ ମନୋମାଳିନ୍ୟ ହୋଇଥିଲା। ପରେ ଶୈଳେନ୍ଦ୍ର ନିଜ ଦେହରେ କିରୋସିନ୍ ଢାଳି ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଥିଲେ। ଏହି ସମୟରେ ଶୈଳେନ୍ଦ୍ରଙ୍କୁ ବଞ୍ଚାଇବାକୁ ଯାଇ ବନ୍ଦିତା ପୋଡ଼ି ହୋଇଯାଇଥିଲେ।

ଗୁରୁତର ଅବସ୍ଥାରେ ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରଯାଇଥିଲା। ପରେ ଅବସ୍ଥା ଅଧିକ ଗୁରୁତର ଥିବାରୁ ଉଭୟଙ୍କୁ କଟକ ବଡ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଉଥିଲା। ତେବେ ବାଟରେ ବନ୍ଦିତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଶୈଳେନ୍ଦ୍ରଙ୍କ ଅବସ୍ଥା ଏବେ ସଂକଟାପନ୍ନ ଥିବା ଜଣାପଡ଼ିଛି।

ଅନ୍ୟପକ୍ଷେ, ନୟାଗଡ଼ ଜିଲ୍ଲା ଶରଣକୁଳରେ ଘର ଭିତରେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାସ ହୋଇଛି। ସୁପାରି ଦେଇ ପତ୍ନୀଙ୍କୁ ସ୍ୱାମୀ ହତ୍ୟା କରିଥିବା ଖୁଲାସା ହୋଇଛି‌।

You might also like