ଘନ କୁହୁଡ଼ି ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ଅନେକ ଜିଲ୍ଲାରେ ଆଜି ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିବା ବେଳେ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ଏଭଳି ସ୍ଥିତି ଦେଖାଯିବ। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତାକାଲି ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ଓ କୋରାପୁଟ ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ତା’ ସହିତ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା,ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ଘନ କୁଡୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୁଳରେ ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରୀ ଥିଲା। ସେହିପରି ଫୁଲବାଣୀ ଓ ସୋନପୁରର ତାପମାତ୍ରା ମଧ୍ୟ ୧୦ ଡିଗ୍ରୀ ତଳେ ରହିଥିଲା।

ସୂଚନାଯୋଗ୍ୟ, ଆଜି ଖୋର୍ଦ୍ଧା, ଭଦ୍ରକ, ପୁରୀ, ପାରାଦୀପ, ଜଗତସିଂହପୁର, ଟିଟିଲାଗଡ଼, ସୁନ୍ଦରଗଡ଼, ଫୁଲବାଣୀ, ମାଲକାନଗିରି, କଟକ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଥିଲା।

You might also like