ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର ମୃତ୍ୟୁ

ନବରଙ୍ଗପୁର: ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ୍‌ ଅନ୍ତର୍ଗତ କେରଣ୍ଡି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ତୁଳାରାମ ମାଝି। ଅଭିଯୁକ୍ତଙ୍କ ନାଁ କନେଇ ମାଝି। ତାଙ୍କୁ ଡାବୁଗାଁ ପୁଲିସ୍ ଗିରଫ କରିଛି।

ପାରିବାରିକ କଳହକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, କୌଣସି ଏକ କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା। ଏହି ସମୟରେ କନେଇ ଉତ୍ତ୍ୟକ୍ତ ହୋଇ ତୁଳାରାମଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତୁଳାରାମଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ତୁଳାରାମଙ୍କର ମୃତ୍ୟୁ ଘଟିଥିଲା।

ପୁଲିସ୍‌ ଗାଁରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

You might also like