• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ାରେ ଗୁଳିକାଣ୍ଡ। କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ତେଣ୍ଡାକୁଡା ପଞ୍ଚାୟତର ବଡନୟନ ପୁରୁ ଛକରେ ଗତକାଲି ରାତିରେ ଏହି ଗୁଳିକାଣ୍ଡ ହୋଇଛି। ଗୁଳିକାଣ୍ଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ପ୍ରଶାନ୍ତ ବାରିକ। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି।

ସୂଚନା ଅନୁସାରେ, ରାତି ପ୍ରାୟ ୯ଟା ୪୫ ମିନିଟ୍‌ ସମୟରେ ବଡନୟନ ପୁରୁ ଛକରେ ଥିବା ଏକ ଗାଡ଼ି ଗ୍ୟାରେଜ୍‌ ଉପରକୁ ୩ଜଣ ଯୁବକ ବାଇକ୍‌ରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ। ସେହି ସମୟରେ ଗାଡି ସଜାଡ଼ି ପାଇଁ ଆସିଥିବା ସ୍ଥାନୀୟ ଅଞ୍ଚଳର ପ୍ରଶାନ୍ତଙ୍କ ବାମ ଗୋଡ଼ରେ ଗୁଳି ବାଜିଥିଲା।

ପ୍ରଶାନ୍ତଙ୍କୁ ପ୍ରଥମେ ତେଣ୍ଡାକୁଡା ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଅନ୍ୟପଟେ, ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ପାଟକୁରା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Youth-injuring-in-firing-in-kendrapara-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories