ପୋଲ ଉପରେ ଗାଡ଼ି ରଖି ଦୟାନଦୀକୁ ଡେଇଁ ପଡ଼ିଲେ ଯୁବକ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ନୂଆଗାଁ ନିକଟରେ ଦୟାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଆଜି ଅପରାହ୍ଣରେ ସମ୍ପୃକ୍ତ ଯୁବକ ଜଣ ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁପଡ଼ିଥିଲେ। ଉକ୍ତ ଗାଡ଼ିରୁ ଏକ ଗାଡ଼ି ଡିକିରୁ ଏକ ଡ୍ରାଇଭିଂ ଲର୍ଣ୍ଣିଂ ଲାଇସେନ୍ସ ମିଳିଛି। କପିଳପ୍ରସାଦର ମଧୁସୂଦନ ଖୁଣ୍ଟିଆଙ୍କ ନାଁରେ ରହିଛି ଲର୍ଣ୍ଣିଂ ଲାଇସେନ୍ସ। ତେବେ ନଦୀକୁ ଡେଇଁ ପଡ଼ିଥିବା ଯୁବକଙ୍କ ପ୍ରକୃତ ପରିଚୟ ମିଳିପାରିନାହିଁ।

ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଖୋଜାଖୋଜି ଜାରି ରଖିଛି। ରିପୋର୍ଟ ଲେଖାଯିବା ସୁଦ୍ଧା ବର୍ତ୍ତମାନ ତାଙ୍କର କୌଣସି ପତ୍ତା ମିଳିପାରିନାହିଁ। ସୂଚନାଥାଉ କି, ଗତକାଲି ମଧ୍ୟ ସେହି ନଦୀ ପୋଲ ଉପରୁ ଆଉ ଜଣେ ଯୁବକ ଡେଇଁ ପଡ଼ିଥିଲେ। ବର୍ତ୍ତମାନ ସୁଦ୍ଧା ମଧ୍ୟ ଉକ୍ତ ଯୁବକଙ୍କ କୌଣସି ପତ୍ତା ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like