• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

କଟକ: ଦୋକାନ ବାରଣ୍ଡାରେ ଶୋଇଥିବା ବେଳେ ଯୁବକଙ୍କୁ ହତ୍ୟା। କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ ଛକ CDA ମାର୍କେଟ୍‌ର ଏକ ଦୋକାନ ବାରଣ୍ଡାରେ ଯୁବକ ଜଣକ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରାଯାଇ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି।

ମୃତ ଯୁବକ ହେଲେ ଜଗତସିଂହପୁରର ସନାତନ ଦାସ। ସେ ଜଣେ ଶ୍ରମିକ। ଏହି ଘଟଣାରେ ଜଣେ ମହିଳା ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ମଧ୍ୟ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ସମ୍ପୃକ୍ତ ମହିଳାଙ୍କୁ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ଗତ କିଛି ଦିନ ହେବ ମହିଳା ଜଣକ ତାଙ୍କ ଘରୁ କୌଣସି କାରଣରୁ ଚାଲି ଆସିଥିଲେ। ସେ ସନାତନଙ୍କ ସହ କଟକର ଫୁଟ୍‌ପାଥରେ ହିଁ ରହୁଥିଲେ। ପରକୀୟା ପ୍ରୀତିରୁ ଏଭଳି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉ ଥିବାବେଳେ ମହିଳାଙ୍କ ସ୍ୱାମୀ ଏଭଳି କାଣ୍ଡ ଭିଆଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ କଟକ ଡିସିପିଙ୍କ ସମେତ ପୋଲିସ୍ ଟିମ୍ ପହଞ୍ଚି ତଦନ୍ତ କରୁଛି। ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ପୋଲିସ୍ ଖୋଜାଖୋଜି କରୁଛି।

ସେପଟେ କନ୍ଧମାଳ ଜିଲ୍ଲା ଟିକାବାଲି ଥାନା ଅନ୍ତର୍ଗତ ନେଡ଼ିଗୁଡ଼ା ଗାଁର ଏକ ଘର ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସନ୍ଦେହଜନକ ଅବସ୍ଥାରେ ଘର ଭିତରୁ ରକ୍ତାକ୍ତ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିବା ପରେ ମୃତ ମହିଳାଙ୍କ ସ୍ୱାମୀଙ୍କୁ ଅଟକ ରଖି ପୋଲିସ୍‌ ପଚରାଉଚରା କରୁଛି। ମହିଳାଙ୍କୁ ଯୌତୁକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ତେଣୁ ଏହି ଦିଗକୁ ନେଇ ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

Youth-murder-in-cuttack
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories