ଆସୁଛି ଆଉ ଏକ ବାତ୍ୟା

ନୂଆଦିଲ୍ଲୀ: ଦକ୍ଷିଣ ଚୀନ୍‌ ସାଗର ଉପରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଘୂର୍ଣ୍ଣିଝଡ଼ ଏବେ ଭୟଙ୍କର ରୂପ ନେଇଛି। ଏହାର ନାଁ ‘ପାବୁକ’ ରଖାଯାଇଛି। ଏହା ଏବେ ଆହୁରି ଭୟଙ୍କର ରୂପ ନେଇ ଜାନୁଆରୀ ୫ ସୁଦ୍ଧା ଆଣ୍ଡାମାନ ସାଗରରେ ପହଞ୍ଚିବ। ଏହା ଠାରୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୬ ଜାନୁଆରୀ ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ସମଗ୍ର ଆଣ୍ଡାମାନ ଦ୍ୱୀପପୁଞ୍ଜ ଉପରେ ପହଞ୍ଚିବ।

ସେଠାରୁ ଏହା ଗତି ପରିବର୍ତ୍ତନ କରି ଜାନୁଆରୀ ୭ କିମ୍ବା ୮ ତାରିଖ ସୁଦ୍ଧା ଦୁର୍ବଳ ହୋଇ ମିଆଁମାର ଆଡ଼େ ଗତି କରିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ‘ପାବୁକ’ର ଓଡ଼ିଶା ଉପରେ କଣ ପ୍ରଭାବ ରହିବ ସେ ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ। ଏହାସତ୍ତ୍ୱେ ୭ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ବାତ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଗଂଜାମ ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି।

ବାତ୍ୟା ‘ପାବୁକ’ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

 

 

ଆହୁରି ପଢ଼ନ୍ତୁ

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା ସଂକ୍ରମିତ ବ୍ୟକ୍ତିଙ୍କ ମସ୍ତିଷ୍କକୁ ପ୍ରଭାବିତ କରୁଛି ଭୂତାଣୁ !

କୋଟିଏ ଟଙ୍କାର ଦାମୀ କାର୍‌ ଜାଳିଦେଲେ ୟୁଟ୍ୟୁବର, ଭିଡିଓ ଭାଇରାଲ

ମୁଦି ତିଆରି କରି ବିଶ୍ୱ ରେକର୍ଡ କଲେ ବ୍ୟବସାୟୀ

ବିନା କୋଚିଂରେ ନିଟ୍‌ରେ ଓଡିଶାର ଦ୍ୱିତୀୟ ଟପ୍ପର ହେଲେ ଅମିତ୍‌

୩ ବର୍ଷ ହେଲା ପଡୋଶୀ ଘରେ କଟୁଛି ଜୀବନ

ନିଜ ଖର୍ଚ୍ଚରେ ଶିକ୍ଷକ ଶିକ୍ଷୟିତ୍ରୀ ତିଆରି କରୁଛନ୍ତି ପାଠ୍ୟ ଉପକରଣ

ପଞ୍ଚକ ଭାଇ ଭଉଣୀଙ୍କ କାହାଣୀ: ଏକାଠି ଜନ୍ମ ହେଇଥିଲେ ଏବେ ଏକାଠି କରୁଛନ୍ତି ବିବାହ

ଜହ୍ନରେ ମିଳିଲା ପାଣିର ସନ୍ଧାନ

ଗଞ୍ଜାମ ଭଞ୍ଜନଗରରେ ଆଉ ଜଣେ ‘ବାବା କା ଢାବା’ର କାହାଣୀ

କୋଟିଏରୁ ଅଧିକ ଟଙ୍କାରେ ସଜ୍ଜିତ ହୋଇଛନ୍ତି ପରମେଶ୍ୱରୀ ଦେବୀ

You might also like