ମେଲବୋର୍ଣ୍ଣ ଟେଷ୍ଟ୍: ଟିମ୍ ଇଣ୍ଡିଆର ଜବରଦସ୍ତ ବିଜୟ

ମେଲବୋର୍ଣ୍ଣ: ଅଷ୍ଟ୍ରେଲିଆର ମେଲବୋର୍ଣ୍ଣରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ବିଜୟ ହୋଇଛି। ଅଷ୍ଟ୍ରେଲିଆକୁ ୧୩୭ ରନ୍‌ରେ ପରାସ୍ତ କରିଛି ଭାରତ।

ଆଜି ଖେଳର ଅନ୍ତିମ ଦିନରେ ୨୫୮ ରନରୁ ଖେଳ ଆରମ୍ଭ କରିଥିବା ଅଷ୍ଟ୍ରେଲିଆ ମାତ୍ର ୩ ରନ୍ କରି ୨୬୧ ରନରେ ଅଲ୍‌ ଆଉଟ ହୋଇ ଯାଇଥିଲା। ବର୍ଷା ଯୋଗୁ ଆଜିର ଖେଳ ବିଳମ୍ବରେ ଆରମ୍ଭ ହୋଇଥିଲା।

ଗତକାଲି ଚତୁର୍ଥ ଦିନରେ ଅଷ୍ଟ୍ରେଲିଆ ୮ ୱିକେଟ୍‌ ହରାଇ ୨୫୮ ରନ୍ କରିଥିଲା। ପ୍ରଥମ ଇନିଂସ ଭଳି ଦ୍ୱିତୀୟ ଇନିଂସରେ ମଧ୍ୟ କଙ୍ଗାରୁ ଟିମ୍ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।

ଚତୁର୍ଥ ଦିନରେ ଭାରତ ଦ୍ୱିତୀୟ ଇନିଂସରେ ୧୦୬ ରନ୍ କରି ପାଳି ଘୋଷଣା କରିଥିଲା। ୪ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ୍ ସିରିଜ୍‌ରେ ଭାରତ ୨-୧ରେ ଆଗୁଆ ରହିଛି।

 

You might also like