ପ୍ରଥମ ଟି-୨୦ରେ ଅଷ୍ଟ୍ରେଲିଆ ଠାରୁ ହାରିଲା ଭାରତ

ବିଶାଖାପାଟଣା : ବିଶାଖାପାଟଣା ଟି-୨୦ରେ ଅଷ୍ଟ୍ରେଲିଆ ଠାରୁ ହାରିଲା ଭାରତ। ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତକୁ ୭ ୱିକେଟ୍‌ରେ ପରାସ୍ତ କରି ଦୁଇମ୍ୟାଚ୍ ବିଶିଷ୍ଟ ସିରିଜ୍‌ରେ ୧-୦ରେ ଆଗୁଆ ହୋଇଛି ଅଷ୍ଟ୍ରେଲିଆ ।

ୱାଇଏସ୍ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଲୋ’ ସ୍କୋରିଂ ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ୍‌ ହରାଇ ୧୨୬ ରନ୍ କରିବାକୁ ସମର୍ଥ ହୋଇଥିଲା।

ଟିମ୍ ଇଣ୍ଡିଆ ଦ୍ରୁତ ଆରମ୍ଭ କରିଥିଲା, କିନ୍ତୁ ମଝି ଓଭରଗୁଡ଼ିକରେ ଅଚାନକ୍ ୱିକେଟ୍ ପତନ କାରଣରୁ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲା।

ଭାରତ ପକ୍ଷରୁ ଲୋକେଶ ରାହୁଲ ସର୍ବାଧିକ ୫୦ ରନ୍ କରିଥିବା ବେଳେ ମହେନ୍ଦ୍ର ସିଂହ ଧୋନି ୨୯ ରନ୍ କରି ଅପରାଜିତ ଥିଲେ। ଅଧିନାୟକ ବିରାଟ କୋହଲି ୨୪ ରନ୍‌ର ଇନିଂସ୍ ଖେଳିଥିଲେ। ଏହାବ୍ୟତୀତ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ୍ ଦୁଇଅଙ୍କ ଛୁଇଁପାରି ନଥିଲେ।

ଜବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ୱିକେଟ୍‌ ହରାଇ ୧୨୭ ରନ୍ କରି ବିଜୟୀ ହୋଇଛି। ଅଷ୍ଟ୍ରେଲିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସାମ୍ନା କରିଥିଲା। ଓପନ୍ କରିବାକୁ ଆସିଥିବା ମାର୍କସ୍ ଷ୍ଟୋଇନିସ୍ (୧) ରନ୍ ଆଉଟ୍‌ ହୋଇଥିବା ବେଳେ ଅଧିନାୟକ ଆରୋନ୍ ଫିଞ୍ଚ୍ (୦)ଙ୍କୁ ଜସପ୍ରୀତ୍‌ ବୁମ୍ରା ଆଉଟ୍ କରିଥିଲେ। ଡାର୍ସି ଶର୍ଟ ଓ ମ୍ୟାକ୍ସୱେଲ୍‌ ତୃତୀୟ ୱିକେଟ୍‌ ପାଇଁ ୮୪ ରନ୍ ଯୋଡ଼ି ଅଷ୍ଟ୍ରେଲିଆକୁ ବିଜୟ ନିକଟତର କରାଇଥିଲେ।

ଆହୁରି ପଢ଼ନ୍ତୁ

You might also like