ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍: ଧୋନି ବାଦ୍‌ ଭୁବନେଶ୍ୱରଙ୍କ ସ୍ଥାନରେ ହାର୍ଦ୍ଦିକ ଖେଳିବେ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ ଟିମର ୧୫ଜଣିଆ ସ୍କ୍ୱାଡର ଘୋଷଣା କରାଯାଇଛି। ଏହି ସିରିଜ୍ ପାଇଁ ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନିଙ୍କୁ ସାମିଲ୍ କରାଯାଇନଥିବା ବେଳେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟିମକୁ ଫେରିଛନ୍ତି।

ୱେଷ୍ଟଇଣ୍ଡିଜ୍ ଗସ୍ତରେ ଟି-୨୦ ସିରିଜ୍ ଖେଳିଥିବା ଭାରତୀୟ ଦଳରେ କେବଳ ଗୋଟିଏ ପରିବର୍ତ୍ତନ କରାଯାଇଛି। ଭୁବନେଶ୍ୱର କୁମାରଙ୍କୁ ବିଶ୍ରାମ ଦିଆଯାଇ ତାଙ୍କ ସ୍ଥାନରେ ହାର୍ଦ୍ଦିକଙ୍କୁ ନିଆଯାଇଛି। ବିଶ୍ୱକପରେ ଅତିରିକ୍ତ କାର୍ଯ୍ୟଭାର ଯୋଗୁ ହାର୍ଦ୍ଦିକଙ୍କୁ ପୂରା ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ବିଶ୍ରାମ ଦିଆଯାଇଥିଲା। ସେହିପରି ଧୋନି କ୍ରିକେଟରୁ ଦୁଇମାସର ବ୍ରେକ୍ ନେଇଛନ୍ତି ଏବଂ ଏହା ମଧ୍ୟରେ ସେ ୧୫ଦିନ ଟେରିଟୋରିଆଲ୍ ଆର୍ମି ସହ ସମୟ ବିତାଇଥିଲେ।

ଯଶପ୍ରୀତ ବୁମ୍ରାଙ୍କୁ ପୁଣିଥରେ କ୍ରିକେଟର ଏହି ଛୋଟିଆ ଫର୍ମାଟରୁ ବିଶ୍ରାମ ଦିଆଯାଇଛି। ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ସେପ୍ଟେମ୍ବର ୧୫ ତାରିଖରେ ଖେଳାଯିବାକୁ ଥିବା ବେଳେ ଦ୍ୱିତୀୟ ମ୍ୟାଚରେ ୧୮ ତାରିଖରେ ମୋହାଲି ଏବଂ ତୃତୀୟ ମ୍ୟାଚ୍ ୨୨ ତାରିଖରେ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବ। ଏହା ପରେ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନିମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳିବ।

ଭାରତୀୟ ସ୍କ୍ୱାଡ୍: ବିରାଟ୍ କୋହଲି (କ୍ୟାପଟେନ୍), ରୋହିତ୍ ଶର୍ମା (ଭାଇସ୍-କ୍ୟାପଟେନ୍), ଶିଖର ଧୱନ୍, ଲୋକେଶ ରାହୁଲ୍, ଶ୍ରେୟସ୍ ଆୟର୍, ମନିଷ ପାଣ୍ଡେ, ରିଷଭ ପନ୍ତ (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, କୃନାଲ୍ ପାଣ୍ଡ୍ୟା, ୱାଶିଂଟନ୍ ସୁନ୍ଦର, ରାହୁଲ୍ ଚହର୍, ଖଲୀଲ ଅହମ୍ମଦ, ଦୀପକ ଚହର୍, ନଭଦୀପ ସାଇନି।

ଆହୁରି ପଢ଼ନ୍ତୁ

୮ ୱିକେଟ୍‌ରେ କେକେଆରକୁ ମାତ୍‌ ଦେଲା ପଞ୍ଜାବ

ପଞ୍ଜାବକୁ ୧୫୦ ରନ୍‌ର ଟାର୍ଗେଟ୍‌ ଦେଲା କୋଲକାତା

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

ଶାରଜାରେ ଆଜି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌, ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ପଞ୍ଜାବ

କ୍ରମାଗତ ନୈରାଶଜନକ ବ୍ୟାଟିଂକୁ ନେଇ କଣ କହିଲେ ସଞ୍ଜୁ ସାମ୍‌ସନ ?

ଆଇପିଏଲ ଇତିହାସରେ ପ୍ରଥମ ! ପ୍ଲେଅଫରୁ ବାହାରିଲା CSK

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କପିଲ ଦେବ

୧୨୭ ରନ୍‌ର ଟାର୍ଗେଟ ନେଇ ପଡ଼ିଆକୁ ଓହ୍ଲାଇଲା ହାଇଦ୍ରାବାଦ

ହସ୍ପିଟାଲ୍‌ ବେଡ୍‌ରେ ଅସୁସ୍ଥ କପିଲ୍ ଦେବ, ସାମ୍ନାକୁ ଆସିଲା ପ୍ରଥମ ଫଟୋ

ମୁମ୍ବାଇକୁ ୧୧୫ ରନ୍‌ର ଟାର୍ଗେଟ୍‌ ଦେଲା ଚେନ୍ନାଇ

କ୍ରିକେଟ୍ କିମ୍ବଦନ୍ତୀ କପିଲ ଦେବଙ୍କୁ ହୃଦ୍‌ଘାତ; ଡାକ୍ତରଖାନାରେ ଭର୍ତ୍ତି

ଆଇପିଏଲ ବେଟିଂ; ଜବତ ହେଲା ବିପୁଳ ପରିମାଣର ଟଙ୍କା

You might also like