ଅଷ୍ଟ୍ରେଲିଆରେ ଭାରତର ଐତିହାସିକ ସିରିଜ୍‌ ବିଜୟ

ସିଡ୍‌ନୀ: ଅଷ୍ଟ୍ରେଲିଆରେ ଭାରତର ଐତିହାସିକ ବିଜୟ। ସିଡ୍‌ନୀ ଟେଷ୍ଟର ଶେଷ ଦିନ ବର୍ଷା ଯୋଗୁ ମ୍ୟାଚ୍‌କୁ ଡ୍ର ଘୋଷଣା କରାଯାଇଥିଲା। ଏହା ସହିତ ୨-୧ରେ ସିରିଜ୍‌ରେ ଆଗୁଆ ରହିଥିବା ଟିମ୍ ଇଣ୍ଡିଆ ସିରିଜ୍‌ ଜିତି ଯାଇଛି।

ପ୍ରଥମ ଥର ପାଇଁ ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆରେ ଟେଷ୍ଟ୍‌ ସିରିଜ୍‌ ଜିତିଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍ ଶେଷରେ ଆଜି ଡ୍ର’ରେ ଶେଷ ହୋଇଛି।

ସିଡ୍‌ନୀରେ ଟସ୍ ଜିତି ଭାରତ ପ୍ରଥମ ଇନିଂସ୍‌ରେ ୬୨୨ ରନ୍ କରି ପାଳି ଘୋଷଣା କରିଥିଲା। ଚେତେଶ୍ୱର ପୂଜାରା ସର୍ବାଧିକ ୧୯୩ ରନ୍ କରିଥିବା ବେଳେ ଋଷଭ ପନ୍ତ୧୫୯ ରନ୍ କରିଥିଲେ। ଅନ୍ୟପକ୍ଷରେ, ଅଷ୍ଟ୍ରେଲିଆ ୩୦୦ ରନ୍‌ରେ ଅଲ୍‌ ଆଉଟ୍ ହୋଇଯାଇଥିଲା। ଏହା ପରେ ଭାରତ ଫଲୋ-ଅନ୍ ଦେଇଥିଲା ଓ ଅଷ୍ଟ୍ରେଲିଆ ତା’ର ଦ୍ୱିତୀୟ ଇନିଂସ୍ ଆରମ୍ଭ କରିଥିଲା।

ଦ୍ୱିତୀୟ ଇନିଂସ୍‌ରେ ଅଷ୍ଟ୍ରେଲିଆ ଗତକାଲି ମାତ୍ର ୬ ରନ୍ କରିବା ପରେ ବର୍ଷା ଯୋଗୁ ମ୍ୟାଚ୍ ଖେଳା ଯାଇ ପାରି ନଥିଲା। ଆଜି ବି ବର୍ଷା ବାଧା ସାଜିଥିଲା। ଶେଷରେ ମ୍ୟାଚ୍‌କୁ ଡ୍ର’ ଘୋଷଣା କରାଯାଇଥିଲା।

ଟିମ୍‌ ଇଣ୍ଡିଆର ଚେତେଶ୍ୱର ପୂଜାରାଙ୍କୁ ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ଓ ‘ମ୍ୟାନ୍ ଅଫ୍‌ ଦ ସିରିଜ୍‌’ ପ୍ରଦାନ କରାଯାଇଛି। ସେ ଏହି ସିରିଜ୍‌ରେ ତିନିଟି ଶତକ ହାସଲ କରିଛନ୍ତି।

ଆହୁରି ପଢ଼ନ୍ତୁ

୪ ବର୍ଷ ପରେ ଆଉଟ୍ ହୋଇ ଇତିହାସ ରଚିଲେ ଏହି ମହିଳା କ୍ରିକେଟର୍‌

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍‌ରେ ଭାରତ ଚାମ୍ପିଅନ୍: ପୁରୁଷ ଓ ମହିଳାରେ ସ୍ୱର୍ଣ୍ଣ ଜିତିଲା

ସୋଶାଲ୍‌ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରି ଏଜାଜ ଖାନ୍‌ ଗିରଫ

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍: ଭାରତୀୟ ମହିଳା ଟିମ୍ ଫାଇନାଲରେ

ଆଉ ଏକ ସମ୍ମାନର ଅଧିକାରୀ ହେଲେ ସଚିନ୍

ଆଇସିସି ହଲ୍ ଅଫ୍ ଫେମ୍‌ରେ ସ୍ଥାନ ପାଇଲେ ସଚିନ

ଆଇସିସିରୁ ବାଦ୍ ପଡ଼ିଲା ଜିମ୍ୱାଓ୍ୱେ କ୍ରିକେଟ୍‌ ଟିମ୍‌

ୱେଷ୍ଟଇଣ୍ଡିଜ ଗସ୍ତରେ ସବୁ ସିରିଜ୍ ଖେଳିବେ ବିରାଟ୍

କଟକରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିଅନ୍‌ସିପ୍ ଉଦ୍‌ଘାଟିତ

କୋଚ୍ ଖୋଜିବା ଆରମ୍ଭ କଲା BCCI !

କମନେଓ୍ୱଲେ୍ଥ ଟେବୁଲ ଟେନିସ୍‌ ଚାମ୍ପିଅନସିପ ପାଇଁ ସମସ୍ତ ପ୍ରସ୍ତୁତି ଶେଷ

ଆଇସିସି ଦିନିକିଆ ରାଙ୍କିଙ୍ଗ୍: ଶୀର୍ଷ ସ୍ଥାନ ବଜାୟ ରଖିଲେ ବିରାଟ୍ ଓ ବୁମ୍ରା

You might also like