ପୁଣି ଟସ୍ ଜିତିଲେ ଧୋନି, ଦିଲ୍ଲୀ ଟିମରୁ ଅଶ୍ୱିନ୍ ଆଉଟ୍

ଦୁବାଇ: ଚଳିତ ଆଇପିଏଲର ସପ୍ତମ ମୁକାବିଲାରେ ମୁହାଁମୁହିଁ ହୋଇଛନ୍ତି ଚେନ୍ନାଇ ସୁପର୍ କିଙ୍ଗସ୍ ଓ ଦିଲ୍ଲୀ କ୍ୟାପିଟାଲ୍ସ। ଦୁବାଇ ଇଣ୍ଟରନ୍ୟାଶନାଲ୍ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଚେନ୍ନାଇ କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନି ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଚେନ୍ନାଇ କ୍ୟାପଟେନ୍ ଧୋନି ମ୍ୟାଚରେ ଗୋଟିଏ ପରିବର୍ତ୍ତନ କରିଛନ୍ତି। ଦକ୍ଷିଣ ଆଫ୍ରିକୀୟ ପେସର୍ ଲୁଙ୍ଗି ଏନଗିଡିଙ୍କ ସ୍ଥାନରେ ଅଷ୍ଟ୍ରେଲୀୟ ଫାଷ୍ଟ ବୋଲର ଜୋଶ ହେଜଲଉଡଙ୍କୁ ସାମିଲ୍ କରାଯାଇଛି। ସେହିପରି ଦିଲ୍ଲୀ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି।

ପ୍ରଥମ ମ୍ୟାଚରେ ଆହତ ହୋଇଥିବା ଦିଲ୍ଲୀ କ୍ୟାପିଟାଲ୍ସ ଦଳର ଷ୍ଟାର୍ ସ୍ପିନର୍ ରବିଚନ୍ଦ୍ରନ୍ ଅଶ୍ୱିନ୍ ବାଦ୍ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ଭେଟେରାନ୍ ସ୍ପିନର୍ ଅମିତ୍ ମିଶ୍ରଙ୍କୁ ସୁଯୋଗ ମିଳିଛି। ସେହିପରି ମୋହିତ ଶର୍ମାଙ୍କ ସ୍ଥାନରେ ଅଭେଶ ଖାନଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ମିଳିଛି।

ସୂଚନାଯୋଗ୍ୟ, ଚେନ୍ନାଇ ତା’ର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଥିବା ବେଳେ ୨ୟ ମୁକାବିଲାରେ ରାଜସ୍ଥାନ ରୟାଲ୍ସକୁ ଠାରୁ ପରାସ୍ତ ହୋଇଥିଲା। ଅନ୍ୟପକ୍ଷରେ ଦିଲ୍ଲୀ ପ୍ରଥମ ମୁକାବିଲାରେ କିଙ୍ଗସ୍ ଇଲେଭେନ୍ ପଞ୍ଜାବକୁ ସୁପର୍ ଓଭରରେ ଅଭିଯାନ ଆରମ୍ଭ କରିଥିଲା।

ଆହୁରି ପଢ଼ନ୍ତୁ

ଆଜି ଆରସିବି ଏବଂ କେକେଆର ମୁହାଁମୁହିଁ

ପଞ୍ଜାବଠାରୁ ହାରିବା ଆମ ଆଖି ଖୋଲିବା ସହ ସମାନ, ଆମକୁ ଅଧିକ ଦାୟୀତ୍ୱବାନ ହେବାକୁ ପଡ଼ିବ: ଶ୍ରେୟସ

ପଞ୍ଚମ ଖେଳାଳି ଭାବେ IPLରେ ୫ ହଜାର ରନ୍‌ ପୂରଣ କଲେ ଧାୱନ

‘ଆଉ କେତେ ଦୁଃଖୀ କରିବ ଧୋନି ଭାଇ !’ CSKକୁ ଟ୍ରୋଲ କଲେ ୟୁଜର୍ସ

ରାଜସ୍ଥାନକୁ ୧୨୬ ରନ୍‌ର ଟର୍ଗେଟ ଦେଲା ଧୋନି ବାହିନୀ

ଆଜି ଚେନ୍ନାଇ ଏବଂ ରାଜସ୍ଥାନ ମଧ୍ୟରେ ଟକ୍କର, ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତି

ପବନରେ ଉଡ଼ି ମୟଙ୍କ ଅଗ୍ରୱାଲ ଧରିଲେ ଏମିତି କ୍ୟାଚ୍‌…ଭିଡିଓ ଭାଇରାଲ

IPL 2020: ମାତ୍ର ୩ ଇଞ୍ଚର ଦୂରତା ପାଇଁ ଖେଳିବାକୁ ପଡ଼ିଲା ୨ଟି ସୁପର ଓଭର

ପଞ୍ଜାବକୁ ୧୭୭ ରନ୍‌ର ଟାର୍ଗେଟ ଦେଲା ମୁମ୍ୱାଇ

ରୋମାଞ୍ଚକର ମ୍ୟାଚ୍‌କୁ ଜିତି ନେଲା କୋଲକାତା

ହାଇଦ୍ରାବାଦକୁ ୧୬୪ ରନ୍‌ର ଟାର୍ଗେଟ ଦେଲା କେକେଆର

ଡିଡିସିଏର ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରୋହନ ଜେଟଲୀ

You might also like