୨୭ରେ ଓଡ଼ିଶା କ୍ରିକେଟ ଆସୋସିଏସନ୍‌ ନିର୍ବାଚନ

ଭୁବନେଶ୍ୱର : ଶେଷରେ ନିର୍ବାଚନ କରିବାକୁ ରାଜି ହୋଇଛି ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌(ଓସିଏ)। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତି ପ୍ରାପ୍ତ ବିସିସିଆଇର ପ୍ରଶାସନିକ କମିଟି(ସିଇଓ)ର ନିର୍ଦ୍ଦେଶକ୍ରମେ ଓସିଏ ବିଭିନ୍ନ ପଦପଦବୀ ପାଇଁ ଭୋଟ କରିବାକୁ ନିଷ୍ପତ୍ତି ନେଇଛି।

ନିଷ୍ପତ୍ତି ଅନୁଯାୟୀ, ଆସନ୍ତା ୨୭ ତାରିଖ ଦିନ ୧୧ଟାରେ ଭୋଟ ଗ୍ରହଣ ହେବ। ବାରବାଟୀ ଷ୍ଟାଡିୟମରେ ଥିବା ଓସିଏ କନଫରେନ୍ସ ହଲରେ ହିଁ ଏହି ଭୋଟ ପ୍ରକ୍ରିୟା ଅନୁଷ୍ଠିତ ହେବ। ଭୋଟରେ ଭାଗ ନେବାକୁ ଥିବା ଚୂଡ଼ାନ୍ତ ଭୋଟର ତାଲିକା ସେପ୍ଟେମ୍ବର ୧୫ରେ ପ୍ରକାଶ ପାଇବ।

ସେହିପରି ୨୭ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୦ ସେପ୍ଟେମ୍ବର ରଖାଯାଇଛି। ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୨ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯିବ। ୨୭ ତାରିଖରେ ଭୋଟ ସହ ଫଳାଫଳ ପ୍ରକାଶ ପାଇବ। ବିସିସିଆଇ ନିର୍ବାଚନ ଅଧିକାରୀ ଏମଏଲ ମଜୁମଦାର ଏ ସମ୍ପର୍କରେ ଓସିଏକୁ ଅବଗତ କରାଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ଆରସିବି ଏବଂ କେକେଆର ମୁହାଁମୁହିଁ

ପଞ୍ଜାବଠାରୁ ହାରିବା ଆମ ଆଖି ଖୋଲିବା ସହ ସମାନ, ଆମକୁ ଅଧିକ ଦାୟୀତ୍ୱବାନ ହେବାକୁ ପଡ଼ିବ: ଶ୍ରେୟସ

ପଞ୍ଚମ ଖେଳାଳି ଭାବେ IPLରେ ୫ ହଜାର ରନ୍‌ ପୂରଣ କଲେ ଧାୱନ

‘ଆଉ କେତେ ଦୁଃଖୀ କରିବ ଧୋନି ଭାଇ !’ CSKକୁ ଟ୍ରୋଲ କଲେ ୟୁଜର୍ସ

ରାଜସ୍ଥାନକୁ ୧୨୬ ରନ୍‌ର ଟର୍ଗେଟ ଦେଲା ଧୋନି ବାହିନୀ

ଆଜି ଚେନ୍ନାଇ ଏବଂ ରାଜସ୍ଥାନ ମଧ୍ୟରେ ଟକ୍କର, ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତି

ପବନରେ ଉଡ଼ି ମୟଙ୍କ ଅଗ୍ରୱାଲ ଧରିଲେ ଏମିତି କ୍ୟାଚ୍‌…ଭିଡିଓ ଭାଇରାଲ

IPL 2020: ମାତ୍ର ୩ ଇଞ୍ଚର ଦୂରତା ପାଇଁ ଖେଳିବାକୁ ପଡ଼ିଲା ୨ଟି ସୁପର ଓଭର

ପଞ୍ଜାବକୁ ୧୭୭ ରନ୍‌ର ଟାର୍ଗେଟ ଦେଲା ମୁମ୍ୱାଇ

ରୋମାଞ୍ଚକର ମ୍ୟାଚ୍‌କୁ ଜିତି ନେଲା କୋଲକାତା

ହାଇଦ୍ରାବାଦକୁ ୧୬୪ ରନ୍‌ର ଟାର୍ଗେଟ ଦେଲା କେକେଆର

ଡିଡିସିଏର ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରୋହନ ଜେଟଲୀ

You might also like