ପ୍ରମୋଦଙ୍କୁ ଓଡ଼ିଶାର ଗର୍ବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଡେନମାର୍କରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡମିଣ୍ଟନ -୨୦୧୯ ପ୍ରତିଯୋଗିତାର ଡବଲସରେ ଏବଂ ଏସଏଲ୍‌ ଥ୍ରୀ ସିଙ୍ଗଲସର ବ୍ରୋଞ୍ଜ ଜିତିଥିବା ପ୍ରମୋଦ ଭଗତଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇବା ସହ ପ୍ରମୋଦଙ୍କୁ ଓଡ଼ିଶାର ଗର୍ବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଗାମୀ ଦିନରେ ସଫଳ ହୁଅନ୍ତୁ ବୋଲି କାମନା କରିଛନ୍ତି ନବୀନ। ଏହାସହ ରାଜ୍ୟ କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ମଧ୍ୟ ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଯାଇଛି।

You might also like