ବିଶ୍ୱକପ୍‌ ହକି ପାଇଁ ଭୁବନେଶ୍ୱରରେ ପହଞ୍ଚିଲା ଅଷ୍ଟ୍ରେଲିଆ ଟିମ୍‌

ବିଶ୍ୱକପ୍‌ ହକି ପାଇଁ  ପହଞ୍ଚିଲା ଅଷ୍ଟ୍ରେଲିଆ। ଅାଜି ଦିନ ବେଳେ ଡିଫେଣ୍ଡିଂ ଚାମ୍ପିୟନ୍ ଅଷ୍ଟ୍ରେଲିଅା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଖେଳାଳିଙ୍କୁ ସ୍ୱାଗତ ଜଣାଯାଇଥିଲା। ଅାଜି ସନ୍ଧ୍ୟାରେ ନେଦରଲାଣ୍ଡ ଓ ବେଲଜିୟମ୍ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି।

ଗତକାଲି ରାତିରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ଦଳ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଦୁଇ ଟିମ୍ ବିମାନବନ୍ଦରରେ ପହଞ୍ଚିବାପରେ ସେମାନଙ୍କୁ କଡା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଅାଯାଇଥିଲା। ପୂର୍ବରୁ ଆର୍ଜେଣ୍ଟିନା, ଦକ୍ଷିଣ ଆଫ୍ରିକା, ଫ୍ରାନ୍ସ, ଚୀନ ଏବଂ ସ୍ପେନ୍‌ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି।

You might also like