• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bmc Mismanagement

Bhubaneswar Open Drain
ଆଗରୁ କହୁଥିଲେ ୨୭ ଏବେ କହୁଛନ୍ତି ୭୫ଟି ସ୍ଥାନରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଡ୍ରେନ୍ !

ରାଜଧାନୀ ଭୁବନେଶ୍ୱରରେ ୭୫ଟି ସ୍ଥାନରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଡ୍ରେନ୍ ଓ ଜଳବନ୍ଦୀ ସମସ୍ୟା । ଖୋଦ୍ ବିଏମ୍‌ସି ଏହାକୁ ଚିହ୍ନଟ କରିଛି । ଶତାବ୍ଦୀ ନଗର ଡ୍ରେନ୍ ଟ୍ରାଜେଡି ପରେ ପ୍ରଥମ ଥର ଲାଗି ମୁହଁ ଖୋଲି ବିଏମ୍‌ସି କମିଶନର କହିଛନ୍ତି ପ୍ରାକୃତିକ ନାଳକୁ ଘୋଡ଼ାଇବା ଲାଗି ସୁପ୍ରିମ୍ କୋର୍ଟ ଓ NGTର କଟକଣା ଥିବା ବେଳେ ଦୁର୍ଘଟଣା ଘଟିବା ଆଶଙ୍କା ଥିବା ସ୍ଥାନକୁ ଦେଖି ପ୍ରତିକାର ବ୍ୟବସ୍ଥା କରାଯାଉଛି ।

Bhubaneswar Open Drain
ମଣିଷଖିଆ ଡ୍ରେନ୍ ସୃଷ୍ଟିକାରୀ କିଏ ? ମୁକୁଳା ଡ୍ରେନ୍‌ ନେଲାଣି ୬ ମୁଣ୍ଡ ? ଦାୟୀ କିଏ ?

ରାଜଧାନୀରେ ମଣିଷଖିଆ ଡ୍ରେନ୍ ସୃଷ୍ଟିକାରୀ କିଏ ? କାହା ପାଇଁ ମୁକୁଳା ଡ୍ରେନ୍‌ରେ ଗଡ଼ିଲାଣି ୬ବର୍ଷରେ ୬ ମୁଣ୍ଡ ? ବରମୁଣ୍ଡା ଡ୍ରେନ୍ ଟ୍ରାଜେଡିକୁ ଆଦୌ ସହଜରେ ଗ୍ରହଣ କରିପାରୁନଥିବା ରାଜଧାନୀବାସୀ ବାରମ୍ବାର ପଚାରୁଛନ୍ତି ଏ ପ୍ରଶ୍ନ ।

Congress Protest
ମୁକୁଳା ଡ୍ରେନ୍ ପ୍ରସଙ୍ଗକୁ ନେଇ କଂଗ୍ରେସର ବିକ୍ଷୋଭ; BMCକୁ ଭର୍ତ୍ସନା

ଭୁବନେଶ୍ୱରର ମୁକୁଳା ଡ୍ରେନ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଆଜି ମାଷ୍ଟର କ୍ୟାଣ୍ଟିନ୍ ଛକରେ ନଗର ଉନ୍ନୟନମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅଶୋକ ପଣ୍ଡା, ବିଏମ୍‌ସି କମିଶନରଙ୍କ ପୋଷ୍ଟର ଜାଳି ପ୍ରତିକାତ୍ମକ ବିକ୍ଷୋଭ ପ୍ରଦର୍ଶନ କରିଛି ଛାତ୍ର କଂଗ୍ରେସ ।

Drain Mishap in Bhubaneswar
ଜଳ ନିଷ୍କାସନ ନଳାରେ ଭାସିଯାଉଛି ଜୀବନ!

ସତେ ଯେମିତି ଡ୍ରେନ୍‌ ମୁକୁଳା ରଖିବା ହେଉଛି ସହର ଯୋଜନାର ଅଂଶବିଶେଷ! ଆଉ ପ୍ରତି ବର୍ଷ ମରାମତି ଆଳରେ ଡ୍ରେନରେ ଲକ୍ଷଲକ୍ଷ ଟଙ୍କା ଭସେଇଦେବା ମଧ୍ୟ ବିଏମସିର ଏକ ସେବା!

protest
ରାଜଧାନୀରେ ମୁକୁଳା ଡ୍ରେନକୁ ନେଇ ରାଜରାସ୍ତାରେ ବିଜେପି : ବିଏମସି କମିଶନରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ରାଜଧାନୀରେ ମୁକୁଳା ଡ୍ରେନକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଆଜି ବିଏମସି କାର୍ଯ୍ୟାଳୟରେ ଧସେଇ ପଶିବାକୁ ଚେଷ୍ଟା କରିଥିଲେ ବିଜେପି କର୍ମୀ । ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ବିକ୍ଷୋଭ ଶୋଭାଯାତ୍ରାରେ ଆସିବା ପରେ ବିଏମସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ।

Body Recovered Of Jyoti Prakash Behera
ଭୁବନେଶ୍ୱରରେ ଡ୍ରେନ୍‌ ପାଣିରେ ଛାତ୍ର ଭାସିଯିବା ଘଟଣା, ମିଳିଲା ମୃତଦେହ

ଭୁବନେଶ୍ୱରରେ ଡ୍ରେନ୍‌ ପାଣିରେ ଭାସି ନିଖୋଜ ଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତି ପ୍ରକାଶ ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳେ ପଞ୍ଚସଖା ନଗର ନିକଟ ଡ୍ରେନରୁ ଏକ ମୃତଦେହ ଉଦ୍ଧାର ହୋଇଥିଲା।

Student Goes Missing In Bhubaneswar Drain
ଭୁବନେଶ୍ୱର ଛାତ୍ର ଭାସିଯିବା ଘଟଣା : ଖୋଜାଖୋଜି ବେଳେ ଡ୍ରେନରୁ ମିଳିଲା ଏକ ମୃତଦେହ; ଚିହ୍ନଟ ଉଦ୍ୟମ

ପଞ୍ଚସଖା ନଗର ପାଖ ଡ୍ରେନରୁ ଏକ ମୃତଦେହ ଉଦ୍ଧାର ହୋଇଛି । ଭୁବନେଶ୍ୱର ଛାତ୍ର ଭାସିଯିବା ଘଟଣାରେ ଖୋଜାଖୋଜି ବେଳେ ଏହି ମୃତଦେହ ମିଳିଛି । ବର୍ତ୍ତମାନ ମୃତଦେହକୁ ଚିହ୍ନଟ ପାଇଁ ଉଦ୍ୟମ ଜାରି ରହିଛି । ମୃତଦେହଟିକୁ ଏମ୍ସ ଅଭିମୁଖେ ନିଆଯାଉଥିବା ସୂଚନା ମିଳିଛି । ସେପଟେ ମୃତଦେହ ଚିହ୍ନଟ ପାଇଁ ଏମ୍ସ ଯାଉଛନ୍ତି ନିକଟ ସମ୍ପର୍କୀୟ । ଉଦ୍ଧାର ମୃତଦେହରେ କ୍ଷତ ଚିହ୍ନ ଥିବା କହିଲେ ଉଦ୍ଧାରକାରୀ ଦଳ ।

Student Missing After Being Swept Away In Flooded Drain
ଡ୍ରେନ୍‌ ପାଣିରେ ଭାସି ଛାତ୍ର ନିଖୋଜ,୧୮ ଘଣ୍ଟା ପରେ ବି ମିଳିପାରିନି ପତ୍ତା

ଡ୍ରେନ୍‌ ପାଣିରେ ଭାସି ନିଖୋଜ ଥିବା ଶିରିପୁର ଶତାବ୍ଦୀ ନଗରର ଦଶମ ଶ୍ରେଣୀ ଛାତ୍ର ଜ୍ୟୋତି ପ୍ରକାଶ ବେହେରାଙ୍କ ବର୍ତ୍ତମାନ ସୁଦ୍ଧା କୌଣସି ପତ୍ତା ମିଳିପାରିନି। ୧୮ ଘଣ୍ଟା ଧରି ରେସ୍କ୍ୟୁ ଟିମ୍‌ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ନିଖୋଜ ଛାତ୍ରଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ।