ସେପଟେ, ରାଜ୍ୟରେ କରୋନା ଦୈନିକ ସଂକ୍ରମଣ କମିବାର ନାଁ ଧରୁନି। କିଛି ଦିନ ବ୍ୟବଧାନ ପରେ ଗତକାଲି ଦୈନିକ ସଂକ୍ରମଣ ୧୦,୩୨୧ରେ ସୀମିତ ଥିବାବେଳେ ଆଜି ପୁଣି ୧୧ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧,୦୯୯ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନେର ୬୨୧୪ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟରେ ଅଛନ୍ତି ୪୮୮୫।
ଆଜି ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ। ଖୋର୍ଦ୍ଧା ଜିଲ୍ଲାରୁ ୧୪୬୦ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି ୯୮୩ । ସେହିପରି ଅନଗୁଳରୁ ୫୫୨, ବାଲେଶ୍ୱରରୁ ୪୦୮, ବରଗଡରୁ ୩୩୯, ଭଦ୍ରକରୁ ୪୩୧, ବଲାଙ୍ଗିରରୁ ୨୮୮, ବୌଦ୍ଧରୁ ୨୧୩, କଟକରୁ ୮୬୭, ଦେବଗଡରୁ ୧୦୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ସେହିପରି ଢେଙ୍କାନାଳରୁ ୧୬୨, ଗଜପତିରୁ ୮୨, ଗଞ୍ଜାମରୁ ୧୯୬, ଜଗତ୍ସିଂହପୁରରୁ ୩୦୨, ଜାଜପୁରରୁ ୩୭୮, ଝାରସୁଗୁଡାରୁ ୩୦୭, କଳାହାଣ୍ଡିରୁ ୨୯୯, କନ୍ଧମାଳରୁ ୮୮, କେନ୍ଦ୍ରାପଡାରୁ ୧୫୬, କେନ୍ଦୁଝରରୁ ୧୬୫, କୋରାପୁଟରୁ ୨୮୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ସେହିପରି ମାଲକାନଗିରିରୁ ୧୦୨, ମୟୂରଭଞ୍ଜରୁ ୫୦୭, ନବରଙ୍ଗପୁରରୁ ୩୫୧, ନୟାଗଡରୁ ୨୭୭, ନୂଆପଡ଼ାରୁ ୨୩୨, ପୁରୀରୁ ୩୫୬, ରାୟଗଡ଼ାରୁ ୧୭୦, ସମ୍ବଲପୁରରୁ ୫୪୭, ସୋନପୁରରୁ୨୫୨ ଏବଂ ଷ୍ଟେଟ ପୁଲିଂରୁ ୨୪୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସମସ୍ତ ଆକ୍ରାନ୍ତଙ୍କଠାରେ ଲକ୍ଷଣ ଦେଖାଦେବା ପରେ ଆଣ୍ଟିଜେନ୍ ପରୀକ୍ଷା କରାଯାଇଥିଲା। ସେସବୁର ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡ଼ିଛି। ତେବେ ସମ୍ପୃକ୍ତ କଲେଜରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ କରାଯିବ ଓ ସେହି ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଥାଉ କି, ଗତକାଲି କଟକ ମହାନଗର ନିଗମ ଅଞ୍ଚଳରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ୩ ଜଣ ହୋମ୍ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ୧ ରହିଛି। ଏନେଇ ସିଏମ୍ସି ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଥିଲା।
#COVID19 update in Cuttack city (CMC area)
4 +ve cases has been reported today in Cuttack city.
Another 3 recoveries have been reported recently! KUDOS to all doctors & healthcare staff. pic.twitter.com/zZiQja7yuX
— CMC,Cuttack (@CMCCuttack) March 17, 2021
ଆହୁରି ପଢନ୍ତୁ : ଶିଶୁଙ୍କ ପାଇଁ ଆସିଲା କରୋନା ଭାକ୍ସିନ
]]>ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ହାରରେ ବୃଦ୍ଧି ପାଉଛନ୍ତି। ଗତ ସୋମବାର ୫୭୩ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ମଙ୍ଗଳବାର ୫୮୮ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ହେଲେ ଆଜି ସବୁ ରେକର୍ଡ ଭାଙ୍ଗିଛି କରୋନା। ଗୋଟିଏ ଦିନରେ ବାହାରିଛନ୍ତି ୮୦୦ ପାଖାପାଖି କରୋନା ରୋଗୀ।
ଆଜି ସର୍ବାଧିକ ରୋଗୀ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି। ଏଠାରୁ ଆଜି ୧୪୭ ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଖୋର୍ଦ୍ଧାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଉପରେ ରହିଛି। ଏଠାରୁ ୧୧୮ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଅନୁଗୁଳରୁ ୧୭, ବାଲେଶ୍ୱରରୁ ୬, ବରଗଡରୁ ୪୮, ଭଦ୍ରକରୁ ୧୦, ବଲାଙ୍ଗିରରୁ ୧୪, ବୌଦ୍ଧରୁ ୨, କଟକରୁ ୪୬, ଦେବଗଡ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ, ଢେଙ୍କାନାଳରୁ ୩, ଗଞ୍ଜାମ ଓ ଜଗତସିଂହପୁରରୁ ୯, ଯାଜପୁରରୁ ୧୬, ଜଗତ୍ସିଂହପୁରରୁ ୩୧, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୪, ଝାରସୁଗୁଡାରୁ ୩୧, କେନ୍ଦୁଝରରୁ ୩୯, କୋରାପୁଟରୁ ୯, ମାଲକାନଗିରିରୁ ୨ ଏବଂ ମୟୂରଭଞ୍ଜରୁ ୨୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ସେହିପରି ନବରଙ୍ଗପୁରରୁ ୨୩, ନୟାଗଡରୁ ୭, ନୂଆପଡାରୁ ୩୧, ପୁରୀରୁ ୪୩, ରାୟଗଡାରୁ ୧୪, ସମ୍ବଲପୁରରୁ ୪୫, ସେନପୁରରୁ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ ପୁଲ୍୨୭ ଥିବା ଜଣାଯାଇଛି।
ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୬୪୭ ଥିବାବେଳେ ସୁସ୍ଥ ହୋଇଛନ୍ତି ୩୩୮୪୧୬ ଜଣ। ରାଜ୍ୟରେ ଆକ୍ଟିଭ କେସ ରହିଛି ୪୨୫୫।
ଆଜି ଦେଶରେ ମଧ୍ୟ ରେକର୍ଡ ଭାଙ୍ଗିଛି କରୋନା। ୨୪ ଘଣ୍ଟାରେ ଏକ ଲକ୍ଷ ୧୫ ହଜାର ୭୩୬ ଜଣ ସଂକ୍ରମିତ ହୋଇଛନ୍ତି। ତେବେ ଏହି ସମୟ ମଧ୍ୟରେ ଦେଶଣେ ୫୯, ୮୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ଟିଭ କେସ ୫୫, ୨୫୦ ଥିବା ଜଣଯାଇଛି।
]]>Covid-19 Report For 6th April
New Positive Cases: 791
In quarantine: 459
Local contacts: 332(Details of local contacts will be shared by concerned District Administration)
District Wise Cases:
1. Angul: 17
2. Balasore: 6
3. Bargarh: 48
4. Bhadrak: 10
5. Balangir: 14— I & PR Department, Odisha (@IPR_Odisha) April 7, 2021
ମୃତକ ଗଞ୍ଜାମ ଜିଲ୍ଲାର ୫୦ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।
ଆହୁରି ମଧ୍ୟ ପଢ଼ନ୍ତୁ: ଜୁନ୍ ୩୦ ପର୍ଯ୍ୟନ୍ତ ଓଡ଼ିଶାର ଏହି ଜିଲ୍ଲାରେ କଡ଼ାକଡ଼ି ହେଲା ଲକ୍ଡାଉନ୍ କଟକଣା: ବସ୍, କାର, ଅଟୋ ଚଳାଚଳ ବନ୍ଦ
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୦୧ଜଣ ଚିକିତ୍ସାଧୀନ ଥିବାବେଳେ ୨,୫୯୪ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
ଆହୁରି ମଧ୍ୟ ପଢ଼ନ୍ତୁ: ୨୦ ଜିଲ୍ଲାରୁ ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ
]]>ଓଡ଼ିଶାରେ କରୋନା ସ୍ଥିତିର ସମୀକ୍ଷା କରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ମେ’ ମାସ ଘାତକ ଥିଲା । ଏବେ କରୋନାର ଟ୍ରେଣ୍ଡ କମୁଛି। ଆଶା କରାଯାଉଛି ଜୁନ ମାସରେ ସେପରି ହେବନି। ହେଲେ ସଂକ୍ରମଣ ବଢ଼ିଲେ ଲକଡାଉନ ବଢିପାରେ, ତେଣୁ ସଜାଗ ରହିବା ଉଚିତ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର।
ସେ କହିଛନ୍ତି, ସାଧାରଣତଃ ଲକ୍ ଡାଉନର ପ୍ରଭାବ ୪ ସପ୍ତାହ ପରେ ଦେଖିବାକୁ ମିଳେ । ବର୍ତ୍ତମାନ ତାର ପ୍ରଭାବ ଦେଖିବା ଆରମ୍ଭ ହୋଇଛି। ତିନୋଟି ଜିଲ୍ଲାରେ କିଛି କଟକଣା କୋହଳ କରାଯାଇଛି। ମାତ୍ର ଦୁଇ ଘଣ୍ଟା କୋହଳ କରାଯାଇଛି । ସୁନ୍ଦରଗଡ଼ରେ ସଂକ୍ରମିତ ଅଧିକ ଥିଲା । ଏବେ କମୁଛି । ସରକାରଙ୍କ ନିଷ୍ପତ୍ତିକୁ ନେଇ ପ୍ରଶ୍ନ କରିବାନି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।
ସୂଚନାଥାଉ କି, ସଂକ୍ରମଣ କମୁଥିବା ୩ଟି ଜିଲ୍ଲାରେ ଲକଡାଉନ୍ କଟକଣାକୁ ସାମାନ୍ୟ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ଗଜପତି ଓ ସୁନ୍ଦରଗଡ଼ । ଏହି ୩ଟି ଜିଲ୍ଲାରେ ସକାଳ ୭ଟାରୁ ଦିନ ୧ଟା ଯାଏଁ କେବଳ ସେଲୁନ୍, ସ୍ପା ଓ ମଲ୍, ମାର୍କେଟ କମ୍ପ୍ଲେକ୍ସ ଏବଂ ସାପ୍ତାହିକ ହାଟକୁ ଛାଡି ବାକି ସବୁ ଦୋକାନ ଖୋଲା ରହିବ । ତେବେ ଏହି ୩ଟି ଜିଲ୍ଲାରେ ସଂକ୍ରମଣ ବଢ଼ିଲେ ପୁଣି କଟକଣା ଲାଗୁ ହେବ ଏବଂ ବାକି ୨୭ ଜିଲ୍ଲାରେ ସଂକ୍ରମଣ କମିଲେ ପର୍ଯ୍ୟାୟ କ୍ରମେ କଟକଣା କୋହଳ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
ଏଠି କହିରଖିବୁ, ରାଜ୍ୟରେ ୨୪ ଘଣ୍ଟାରେ ୮୩୧୩ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସେହିପରି ୨୪ ଘଣ୍ଟା ମଧ୍ୟରେ ୩୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି।
]]>ଭୁବନେଶ୍ୱର: ଓଡ଼ିଶାରେ ଆଜି ବି ୧୦ ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୧୦,୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦, ୩୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧,୫୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ ସୁନ୍ଦରଗଡ଼ରୁ ୮୧୯ ଓ କଟକରୁ ୭୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୨୨ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୩୫୭କୁ ବୃଦ୍ଧି ପାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୫,୭୭୯ ଓ ଲୋକାଲ୍ କଣ୍ଟାକ୍ଟସ୍ ୪,୫୪୨ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୩,୩୦୨ରେ ପହଞ୍ଚିଛି। ସେହିପରି ଆକ୍ଟିଭ୍ କେସ୍-୧,୦୪,୫୩୯ ଥିବାବେଳେ ୫,୨୬,୩୫୩ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Covid-19 Report For 17th May
New Positive Cases: 10321
In quarantine: 5779
Local contacts: 4542(Details of local contacts will be shared by concerned Dist Administration)
District Wise Cases:
1. Angul: 471
2. Balasore: 269
3. Bargarh: 320
4. Bhadrak: 350
5. Balangir: 291— I & PR Department, Odisha (@IPR_Odisha) May 18, 2021
6. Boudh: 250
7. Cuttack: 731
8. Deogarh: 114
9. Dhenkanal: 77
10. Gajapati: 56
11. Ganjam: 203
12. Jagatsinghpur: 159
13. Jajpur: 330
14. Jharsuguda: 312
15. Kalahandi: 599
16. Kandhamal: 54
17. Kendrapada: 162
18. Keonjhar: 204
19. Khurda: 1566
20. Koraput: 338— I & PR Department, Odisha (@IPR_Odisha) May 18, 2021
21. Malkangiri: 77
22. Mayurbhanj: 458
23. Nawarangpur: 334
24. Nayagarh: 273
25. Nuapada: 145
26. Puri: 472
27. Rayagada: 163
28. Sambalpur: 405
29. Sonepur: 73
30. Sundargarh: 819
31. State Pool: 246— I & PR Department, Odisha (@IPR_Odisha) May 18, 2021
New recoveries: 11821
Cumulative tested: 10997876
Positive: 633302
Recovered: 526353
Active cases: 104539— I & PR Department, Odisha (@IPR_Odisha) May 18, 2021
ବରିଷ୍ଠ ନାଗରିକଙ୍କ ଟିକାକରଣ ଏବଂ କରୋନା ଟେଷ୍ଟିଂ ପାଇଁ ଡୋର୍ ଷ୍ଟେପ୍ ବ୍ୟବସ୍ଥା ପରେ ଏବେ ଗର୍ଭବତୀଙ୍କ ଲାଗି ବି ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିଛି ଭୁବନେଶ୍ୱର ମହାନଗର ନିଗମ(BMC)। BMC ଅଞ୍ଚଳରେ ଗର୍ଭବତୀଙ୍କର କୋଭିଡ୍ ଟେଷ୍ଟ ଲାଗି ଘରକୁ ଘର ଯିବ ଟିମ୍। ଘରକୁ ଯାଇ କୋଭିଡ୍ ଟେଷ୍ଟ ପାଇଁ ନମୁନା ସଂଗ୍ରହ କରାଯିବ। ଏଥିପାଇଁ 1929କୁ ଫୋନ୍ କରିପାରିବେ ଗର୍ଭବତୀ କିମ୍ବା ତାଙ୍କ ସମ୍ପର୍କୀୟ। ଏନେଇ ଟ୍ୱିଟ୍ କରିଛି ଭୁବନେଶ୍ୱର ମହାନଗର ନିଗମ।
]]>ଭୁବନେଶ୍ୱର: ରାଜ୍ୟରେ କୋରନା ସଂକ୍ରମଣ ପୂର୍ବ ଅପେକ୍ଷା ସାମନ୍ୟ ହ୍ରାସ ପାଇ ଏବେ ଫ୍ଲାଟ ସ୍ଥିତିରେ ରହିଛି। ଦୈନିକ ସଂକ୍ରମଣ ଆଗରୁ ୧୨ ହଜାର ଥିବାବେଳେ ଏବେ ୧୦ହଜାର ଟ୍ରେଣ୍ଡ ଚାଲିଛି। ଏହା କହିଛନ୍ତି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ। ତେବେ ସମସ୍ତେ କୋଭିଡ ଗାଇଡ଼ ଲାଇନକୁ କଡ଼ାକଡ଼ି ଭାବେ ପାଳନ କରିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସେହିପରି ଗାଁରେ ସଂକ୍ରମଣ ବଢୁଥିବା ନେଇ ସେ କହିଛନ୍ତି, ଗାଁ ଲୋକମାନେ ସହରକୁ ଯିବା ଆସିବା କରୁଛନ୍ତି। କୋଭିଡ ଗାଇଡ଼ ଲାଇନ ନମାନି ଛୋଟ ଛୋଟ ମେଳା ମହୋତ୍ସବ କରୁଛନ୍ତି। ଯଦି ୧୯ ତାରିଖ ଭିତରେ ନିୟନ୍ତ୍ରିତ ଅବସ୍ଥାକୁ ନାଆସିଲା ତେବେ ସରକାର ଲକ ଡାଉନ ପାଇଁ ପୁଣି ବାଧ୍ୟ ହେବେ ବୋଲି କହିଛନ୍ତି।
ତେବେ ରାଜ୍ୟରେ ଆଜି ମଧ୍ୟ ୧୦ ହଜାର ଉପରେ ରହିଛି କରୋନା ସଂକ୍ରମଣ । କିଛି ଦିନ ଦୈନିକ ସଂକ୍ରମଣ ହାର ସ୍ଥିର ରହିବା ପରେ ଆଜି ୧୧୦୦୦ ନିକଟତର ହୋଇଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୬୪୯ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ ରେ ପହଞ୍ଚି ଯାଇଛି । ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣର ସ୍ଥିତି ଦିନକୁ ଦିନକ ବିସ୍ଫୋରକ ହେଉଛି । ସବୁ ଦିନ ପରି ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୧ ଲକ୍ଷ ନିକଟତର ହୋଇଛି ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ।
ସେପଟେ ଗତକାଲି ମଧ୍ୟ ଦେଶରେ ଲକଡାଉନ୍ କରିବା ଲାଗି ଡାକ୍ତରମାନେ ପରାମର୍ଶ ଦେଇଥିଲେ। କରୋନାରେ ଅଧିକ ପ୍ରଭାବିତ ଜିଲ୍ଲାରେ ଲକଡାଉନ୍ ଆବଶ୍ୟକ ରହିଛି। ଦେଶରେ ଯେଉଁ ଜିଲ୍ଲା ଗୁଡ଼ିକରେ ସଂକ୍ରମିତଙ୍କ ସଂଖ୍ୟା ୧୦ ପ୍ରତିଶତରୁ ଅଧିକ ସେଠି ୬ରୁ ୮ ସପ୍ତାହ ଲକଡାଉନ୍ ଦରକାର। ଗତକାଲି ଏଭଳି କିଛି କହିଛନ୍ତି ICMR ଡିଜି ଡାକ୍ତର ବଳରାମ ଭାର୍ଗବ। ଏବେ ସାରା ଦେଶର ୭୧୮ ଜିଲ୍ଲାରେ ୧୦ ପ୍ରତିଶତ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯେଉଁଥିରେ ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ ଭଳି ସହର ରହିଛନ୍ତି। ତାସହ ଯେଉଁ ସବୁ ରାଜ୍ୟରେ ଲକଡାଉନ୍ ହେଉଛି ସେଠି ଲମ୍ବା ସମୟ ଧରି କଟକଣା ଲାଗିବା ଜରୁରୀ, ଏହା ହେଲେ ହିଁ ସଂକ୍ରମଣକୁ ରୋକା ଯାଇପାରିବ ବୋଲି କହିଛନ୍ତି ଡାକ୍ତର ଭାର୍ଗବ।
]]>