ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଟ୍ରପ୍ ଲାଇନ୍ ଧୀରେଧୀରେ ଦକ୍ଷିଣ ଆଡ଼କୁ ଗତି କରିବ। ଏହାର ପ୍ରଭାବରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗିର, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ତାରିଖରେ ନୂଆପଡ଼ା, ବଲାଙ୍ଗିର ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
]]>୧୨ ଘଣ୍ଟା ମଧ୍ୟରେ ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କଟକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
]]>ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାସହ ଉପକୂଳ ଅଞ୍ଚଳରେ କିଛି ସ୍ଥାନରେ ବର୍ଷା ହୋଇପାରେ। ବିଶେଷକରି ନୂଆପଡ଼ା, ବଲାଙ୍ଗିର ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ନବରଙ୍ଗପୁର, ବରଗଡ଼, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୋନପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୪ ଘଣ୍ଟା ପରେ ୨ରୁ ୩ ଦିନ ଯାଏ ବର୍ଷାର ପରିମାଣ କମ୍ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
]]>ଆଜି ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ୍ ୨୦ରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ଆକଳନ କରାଯାଇଛି।
ବର୍ତ୍ତମାନ କୌଣସି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
]]>ଆହୁରି ପଢ଼ନ୍ତୁ:ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା