ଉପ-ରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଓ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ ପ୍ରମୁଖ ଯୋଗ ଦେଇଥିଲେ। ରାଜସ୍ଥାନର ବହୁ ବ୍ୟୁରୋକ୍ରାଟ୍ସଙ୍କୁ ମଧ୍ୟ ଏହି ରିସେପ୍ସନ୍ ପାର୍ଟିରେ ଦେଖିବାକୁ ମିଳିଥିଲା। ଉଭୟ ଟୀନା ଓ ଅତହର ରାଜସ୍ଥାନ କ୍ୟାଡ଼ର ଆଇଏଏସ୍ ଅଫିସର।
ଟୀନା ଓ ଅତହର ଗତ ମାସରେ ଜୟପୁରରେ ବିବାହ କରିଥିବା ବେଳେ, ସେମାନଙ୍କ ପରିବାର ଓ ବନ୍ଧୁମାନେ ଏପ୍ରିଲ ୭ ତାରିଖରେ କାଶ୍ମୀରର ପହଲଗାମରେ ହୋଇଥିବା ବିବାହ ଉତ୍ସବରେ ଯୋଗ ଦେଇଥିଲେ।
ଟ୍ରେନିଂ ନେବା ସମୟରେ ହିଁ ଉଭୟ ପରସ୍ପରର ପ୍ରେମରେ ପଡ଼ି ଯାଇଥିଲେ। ଉଭୟ ସୋସିଆଲ୍ ମିଡିଆରେ ଏହାକୁ ଖୋଲାଖୋଲି ସ୍ୱୀକାର ମଧ୍ୟ କରିଥିଲେ। ଅତହରଙ୍କ ସରଳପଣ ତାଙ୍କୁ ପ୍ରଭାବିତ କରିଥିଲା ବୋଲି ସେତେବେଳେ ଟୀନା କହିଥିଲେ।
ସେତବେଳେ ଟୀନା ଓ ଅତହରଙ୍କ ପ୍ରେମକୁ ନେଇ ମଧ୍ୟ କିଛି ଋଢିବାଦୀ ଗୋଷ୍ଠୀ ବିରୋଧ କରିଥିଲେ। ଉଭୟଙ୍କ ଧର୍ମ ଅଲଗା ହୋଇଥିବାରୁ ଉଭୟଙ୍କ ପ୍ରେମକୁ ନେଇ ଚର୍ଚ୍ଚା ମଧ୍ୟ କିଛି କମ୍ ହୋଇ ନଥିଲା। କିନ୍ତୁ ଯାହା କୁହାଯାଏ, ପ୍ରେମ କୌଣସି ଜାତି ଧର୍ମ ମାନେନି ଶେଷରେ ସେୟା ହିଁ ହେଲା। ୩ ବର୍ଷର ପ୍ରେମ ପରେ ଉଭୟ ଜୀବନସାଥୀ ରୂପେ ପରସ୍ପରର ହାତ ଧରିଛନ୍ତି। ପ୍ରଥମ ଦଳିତ ଭାବେ ଟୀନା ୨୦୧୫ରେ ଆଇଏଏସ୍ ଟପ୍ପର ହୋଇଥିଲେ।
]]>