• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Khabar Odisha Today

sambit
କରୋନା ଲକ୍ଷଣ ପରେ ବିଜେପି ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ବିଜେପି ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଠାରେ କୋଭିଡ୍-୧୯ ଲକ୍ଷଣ ଦେଖାଦେବାରୁ ତାଙ୍କୁ ଗୁରଗାଓଁରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ଗୁରଗାଓଁର ମେଦାନ୍ତ ହସ୍‌ପିଟାଲ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଥିବା ହସ୍‌ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି।। ବିଜେପି ପ୍ରବକ୍ତା ସମ୍ବିତ ପାତ୍ର ଦଳରେ ଜଣେ ଟାଣୁଆ ପ୍ରବକ୍ତା ଭାବେ ଜଣାଶୁଣା। ଜାତୀୟ ଗଣମାଧ୍ୟମଗୁଡ଼ିକରେ ଦଳ ପକ୍ଷରୁ ଖୁବ୍‌ ମଜ୍‌ଭୁତ ଭାବେ ପକ୍ଷ ରଖିବା ନେଇ […]

thunder
ବଜ୍ରପାତ ନେଲା ୪ ଜୀବନ

ଭୁବନେଶ୍ୱର: କାଳ ହେଲା ବଜ୍ରପାତ। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଟେଣ୍ଡ୍ରା ଗାଁରେ ଧାନ ବିଲରେ କାମ କରୁଥିବା ବେଳେ, ବଜ୍ରାଘାତରେ ଜଣେ ନାବାଳିକାର ମୃତ୍ୟୁ ହୋଇଛି। ଜାମଦା ପୋଲିସ ମୃତଦେହକୁ ଜବତ କରି ତଦନ୍ତ କରୁଛି। ସେହିପରି ବାଲେଶ୍ୱର ଜିଲ୍ଲା ବାଲିଆପାଳରେ ମଧ୍ୟ ଆଜି ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। କେନ୍ଦୁଡ଼ିହା ଗାଁରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ପଶ୍ଚିମବଙ୍ଗ କୁଳଡିହା ଅଞ୍ଚଳର […]

corona latest news odisha
ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁରରୁ ୮ଜଣ, କେନ୍ଦୁଝରରୁ ୨ଜଣ, କଟକରୁ ୨ଜଣ, ମାଲକାନଗିରିରୁ […]

odisha
ଓଡ଼ିଶାରେ କରୋନା ସଂକ୍ରମଣ ରୋକିବା ପାଇଁ ସପ୍ତାହକୁ ୪୮ ଘଣ୍ଟିଆ ସଟ୍‌ଡାଉନ୍ ଆରମ୍ଭ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ଅର୍ଥାତ୍‌ ୪୮ ଘଣ୍ଟା ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସବୁଠୁ ଅଧିକ କରୋନା ପ୍ରଭାବିତ ହୋଇଥିବା ୧୧ ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍ ଘୋଷଣା ହୋଇଛି। […]

bus-accident
ପୋଲ ତଳକୁ ଖସି ପଡ଼ିଲା ପ୍ରବାସୀ ବସ୍

ବାଲେଶ୍ୱର: ପୋଲ ତଳକୁ ଖସି ପଡ଼ିଲା ପ୍ରବାସୀଙ୍କୁ ଧରି ଯାଉଥିବା ଏକ ବସ୍। ପଡ଼ିଛି। ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର-ନୂଆଗାଁ ନିକଟରେ ଆଜି ସକାଳ ପ୍ରାୟ ସାଢ଼େ ୬ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।  ସୂଚନା ଅନୁସାରେ, ବସ୍‌ଟି କେରଳରୁ ପ୍ରବାସୀଙ୍କୁ ଧରି ପଶ୍ଚିମବଙ୍ଗ ଯାଉଥିବାବେଳେ ମଙ୍ଗଳପୁର-ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ […]

couple
ଭୁବନେଶ୍ୱରରେ ନବ ଦମ୍ପତିଙ୍କ ଆତ୍ମହତ୍ୟା !

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଘର ଭିତରୁ ଜଣେ ନବ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଲିଙ୍ଗରାଜ ଥାନା ଅନ୍ତର୍ଗତ କେଉଟ ସାହିରେ ଏହି ଅଭାବନୀୟ ଘଟଣା ଘଟିଛି। ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ସ୍ୱାମୀଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ବେଡ୍ ତଳେ ମରି ପଡ଼ିଥିବା ସ୍ତ୍ରୀଙ୍କ ମୃତଦେହକୁ ପୁଲିସ୍ ଆଜି ସକାଳେ ଉଦ୍ଧାର କରିଛି। ୩ ମାସ ତଳେ ସେମାନଙ୍କର ବିବାହ ହୋଇଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ଖବରକାଗଜ ହକର୍‌ ଥିଲେ ବୋଲି ସୂଚନା ମିଳିଛି। ଗତକାଲି […]

odisha
ପୁଅକୁ ମାରି ବାଡ଼ି ପଛ ପଟେ ପୋତିଲା ବାପା

ଆଠଗଡ଼: ପୁଅର ହତ୍ୟାକାରୀ ସାଜିଲା ବାପା। ସପ୍ତାହ ତଳେ ପୁଅକୁ ମାରି ବାଡ଼ି ପଛ ପଟେ ପୋତି ଦେଇଥିଲା ବାପା। ହେଲେ ଏବେ ସାମ୍ନାକୁ ଆସିଲା ସତ। କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ଏହି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଗୋବରା ଗାଁରେ ରହୁଥିବା ଜଣେ ବ୍ୟକ୍ତି ତାଙ୍କର ୩୦ ବର୍ଷୀୟ ପୁଅକୁ ହତ୍ୟା କରିଥିବା ଜଣାପଡ଼ିଛି। ସପ୍ତାହ ତଳେ ଏହି ହତ୍ୟାକାଣ୍ଡ ହୋଇଥିଲା। ଯେମିତି କେହି ନ ଜାଣି ପାରିବେ, ସେନେଇ ସମ୍ପୃକ୍ତ […]

CORONA-HEAVY
୧୫ ଜିଲ୍ଲାରୁ ୬୩ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ୧୫ ଜିଲ୍ଲାରୁ ଆକ୍ରାନ୍ତ ୬୩ ଜଣଙ୍କ ମଧ୍ୟରୁ ୬୧ କ୍ୱାରେଣ୍ଟିନ କେନ୍ଦ୍ରର ହୋଇଥିବାବେଳେ ୨ଜଣ ସ୍ଥାନୀୟ ବାସିନ୍ଦା। ଆଜି ଚିହ୍ନଟ ହୋଇଥିବା ୬୩ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୨ ଜଣ ଥିବାବେଳେ ଜଗତ୍‌ସିଂହପୁରର ୧୧, ଢେଙ୍କାନାଳର ୯ […]