ପୂର୍ବ-ପଶ୍ଚିମ ନିମ୍ନ-ଚାପ ରେଖା ପଞ୍ଜାବରୁ ମଣିପୁର ଯାଏଁ ଲମ୍ବିଥିବା ବେଳେ, ଏହାର ଅବସ୍ଥାନ ପୂର୍ବ ଭାଗରେ ହିମାଳୟ ପାଦଦେଶ ନିକଟରେ ରହିଛି । ଏହି ନିମ୍ନ ଚାପ ରେଖା ଓଡିଶା ଠାରୁ ଯଥେଷ୍ଟ ଉତ୍ତରରେ ରହିଛି। ତେଣୁ ରାଜ୍ୟରେ ଗତ ୩ ଦିନ ଧରି ବର୍ଷା କମିବା ସହ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ।
ଭୁବନେଶ୍ୱର: ୩୬.୬ ଡ଼ିଗ୍ରୀ
ଚାନ୍ଦବାଲି: ୩୬ ଡ଼ିଗ୍ରୀ
ସମ୍ବଲପୁର: ୩୫ ଡ଼ିଗ୍ରୀ
ହୀରାକୁଦ: ୩୪.୪ ଡ଼ିଗ୍ରୀ
ଝାରସୁଗୁଡା: ୩୪.୪ ଡ଼ିଗ୍ରୀ
ପୁରୀ: ୩୩.୬ ଡ଼ିଗ୍ରୀ
ପାରାଦ୍ୱୀପ: ୩୨.୮ ଡ଼ିଗ୍ରୀ
ଗୋପାଳପୁର: ୩୨.୮ ଡ଼ିଗ୍ରୀ
ବାଲେଶ୍ୱର: ୩୨.୬ ଡ଼ିଗ୍ରୀ
ସେପଟେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
]]>ଏହାରି ଭିତରେ କିଛି ରାଜ୍ୟରେ ସ୍ୱାଭାବିକ୍ଠାରୁ କମ୍ ବର୍ଷା ହେବ ବୋଲି ମଧ୍ୟ ଆକଳନ କରାଯାଇଛି । ରାଜସ୍ଥାନ, ଗୁଜୁରାଟ, ନାଗାଲାଣ୍ଡ, ମଣିପୁର, ମିଜୋରାମ ଓ ତ୍ରିପୁରାରେ ସ୍ୱାଭାବିକ୍ଠାରୁ କମ୍ ବର୍ଷା ହେବାର ସମ୍ଭାବନା ରହିଥିବା ସ୍କାଏମେଟ୍ ଆକଳନ କରିଛି । ଏହାସହ କେରଳ ଓ କର୍ଣ୍ଣାଟକର କିଛି ଅଞ୍ଚଳରେ ସ୍ୱାଭାବିକ୍ଠାରୁ କମ୍ ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ ଏବେ ସାରା ଦେଶରେ ତଥା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିନକୁ ଦିନ ରାଜ୍ୟରେ ବଢୁଛି ରୌଦ୍ର ତାପ । ଅସହ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଗତକାଲି ରାଜ୍ୟର ୧୨ଟି ସହରରେ ପାରଦ ୪୦ ପାର୍ କରିଥିଲା । ୪୨ ଦଶମିକ ୬ ଡିଗ୍ରୀ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ତାପଛକୁ ବଲାଙ୍ଗିର, ଝାରସୁଗୁଡ଼ା, ସୋନପୁର ଆଦି ସହର ଥିଲା ।
ଏପଟେ ପ୍ରଚଣ୍ଡ ରୌଦ୍ରତାପର ସଠିକ ମୁକାବିଲା ପାଇଁ କଟକ ଜିଲାର ସମସ୍ତ ବିଭାଗକୁ ସଜାଗ ରହିବାକୁ ନିର୍ଦ୍ଦେଶ ରହିଛି । ଆୟୋଜିତ ଏକ ବୈଠକରେ ଏନେଇ ତାଗିଦ କରିଛନ୍ତି କଟକ ଜିଲ୍ଲାପାଳ । ଯେପରି ଅଂଶୁଘାତରେ କାହାର ପ୍ରାଣହାନୀ ନହେବ, ତାହା ଉପରେ ମଧ୍ୟ ଗୁରୁତ୍ୱ ଆରୋପ କରିଛନ୍ତି ଜିଲ୍ଲାପାଳ । ବିଶେଷକରି ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ସହ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଅଧିକରୁ ଅଧିକ ସଜାଗ ରହିବା ପାଇଁ ଜିଲ୍ଲାପାଳ କହିଛନ୍ତି ।
ଦିନ ୧୦ ଟା ହେଲେ ଆକାଶରୁ ଯେପରି ନିଆଁ ଝରୁଛି । ଲୋକେ ଅତି ଜରୁରୀ କାମ ନହେଲେ ଘରୁ ବାହାରୁ ନଥିବା ଦେଖିବାକୁ ମିଳିଛି। ଅଂଶୁଘାତରୁ ରକ୍ଷା ପାଇବା ପାଇଁ ମୁଣ୍ଡରେ ଓଦା ଲୁଗା କିମ୍ବା ଛତା ବ୍ୟବହାର କରୁଛନ୍ତି ଲୋକେ । ଦିନକୁ ଦିନ ତାତି ବଢୁଥିବା ବେଳେ ଟିଟିଲାଗଡ଼ ସହରରେ ପାନୀୟ ଜଳର ଅଭାବ ମୁଖ୍ୟ ସମସ୍ୟା ଭାବେ ମୁଣ୍ଡ ଟେକିଛି ।
]]>ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ଏବଂ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଅନୁମାନ କରିଛି ପାଣିପାଗ କେନ୍ଦ୍ର । ଏନେଇ ୨୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୪ ତାରିଖ ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ସୁଦ୍ଧା ରାଜ୍ୟର ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଅନ୍ୟପଟେ ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୋରଦାର ବର୍ଷା ଲାଗି ରହିଛି । ଏହି ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଥିଲା । ଏମିତିକି ପ୍ରବଳ ବର୍ଷା ସହ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବରୁ ସତର୍କ କରିଛି । ଆଗୁଆ ପ୍ରସ୍ତୁତ ରହିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦେଶ ମଧ୍ୟ ଦିଆଯାଇଛି ।
]]>ଜଳସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଦ୍ୱାରା ଆହୁତ ବୈଠକେର ବିଭାଗର ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ତେବେ ବୈଠକରେ ମୁଖ୍ୟତଃ କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଭଳି ଜିଲ୍ଲାକୁ ଅଧିକ ଫୋକସରେ ରଖାଯାଇଛି । ପରିସ୍ଥିତି ଦେଖି କୌଣସି ଅଫିସର ହେଡକ୍ୱାର୍ଟର ଛାଡ଼ି ନଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।
କିଛି ସ୍ଥାନରେ କଣ୍ଟ୍ରୋଲ ରୁମ୍ ଖୋଲାଯାଇଥିବା ସହ ନଦୀ ବନ୍ଧ ଗୁଡ଼ିକରେ ପାଟ୍ରୋଲିଂ କରାଯିବାକୁ କୁହାଯାଇଛି । ୨୦ଟି ଦୁର୍ବଳ ନଦୀବନ୍ଧ ଉପରେ ଅଧିକ ଦୃଷ୍ଟି ରଖାଯିବ ବୋଲି ସୂଚନା ଦେଇଛନ୍ତି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।
ଅନ୍ୟପଟେ ଏବେ ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସାରା ରାଜ୍ୟରେ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଓଟିଭିକୁ IMDର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇ କହିଛନ୍ତି, ଆଜି ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି । ଦକ୍ଷିଣ ଓଡ଼ିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି । ଲଘୁଚାପ ଯୋଗୁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୧ ତାରିଖରେ ସବୁଠାରୁ ଅଧିକ ବର୍ଷା ହେବା ନେଇ ଆକଳନ କରାଯାଉଛି ।
ଅନ୍ୟପକ୍ଷେ, ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୧୪ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।
ଜୁନ୍ ୩ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲା । କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମ୍ଡି ସୂଚନା ଦେଇଥିବା ବେଳେ ଏହାର ୧୦-୧୨ ଦିନ ପରେ ମୌସୁମୀ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଥିଲା । ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି ।
]]>