ଭୁବନେଶ୍ୱର: ପୁଣି ବଦଳିଲା ସ୍କୁଲ ସମୟ। ସକାଳୁଆ ସ୍କୁଲ ନେଇ ବଦଳିଲା ପୂର୍ବ ନିର୍ଦ୍ଧାରିତ ସମୟ। ଏଣିକି ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ହେବ ସ୍କୁଲ। ଏହାସହ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ ବୋଲି ସୂଚନା ଦେଇଛି ଗଣଶିକ୍ଷା ବିଭାଗ। ପୂର୍ବରୁ ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ନିଷ୍ପତ୍ତି ହୋଇଥିଲା। ସକାଳ ୭ଟାରୁ ଦିନ ୧ଟା ଯାଏ ଚାଲିଥିବା ସ୍କୁଲ ସମୟ ବଦଳିବା ନେଇ ପୂର୍ବରୁ ମଧ୍ୟ ଚର୍ଚ୍ଚା ହେଉଥିଲା। ଖରା ପାଇଁ ସମସ୍ୟା ହେଉଥିବାରୁ ସମୟ ପରିବର୍ତ୍ତନ ନେଇ ତର୍ଜମା ଚାଲିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପୂର୍ବରୁ କହିଥିଲେ।
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୭ରୁ ଦିନ ୧ଟା ଯାଏ ସ୍କୁଲ୍ ଆରମ୍ଭ ହୋଇଥିଲା। ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ନବମ ଓ ଏକାଦଶ ଶ୍ରେଣୀ ପାଇଁ ପାଠପଢା ଚାଲିଥିଲା। ସେହିପରି ୯ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ଚାଲିଥିଲା। ସ୍କୁଲ ଗୁଡିକରେ କୋଭିଡ୍ ଗାଇଡ୍ ଲାଇନ୍ ପାଳନ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଖରା ପାଇଁ ସକାଳୁଆ ସ୍କୁଲ କରିବା ଲାଗି ଗତ ୨୭ ତାରିଖରେ ରାଜ୍ୟ ସରକାର ସୂଚନା ଦେଇଥିଲେ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏ ନେଇ ଟ୍ୱିଟ୍ କରି ସୂଚନା ଦିଆଯାଇଥିଲା।
#ବଦଳିଲା_ସ୍କୁଲ_ସମୟ
ସକାଳୁଆ ସ୍କୁଲ ନେଇ ବଦଳିଲା ପୂର୍ବ ନିର୍ଦ୍ଧାରିତ ସମୟ। ଏଣିକି ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ହେବ ସ୍କୁଲ। ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ୍, ପୂର୍ବରୁ ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ନିଷ୍ପତ୍ତି ହୋଇଥିଲା#Odisha #SchoolTime pic.twitter.com/Qw06HLrUtC— ଓଟିଭି (@otvkhabar) March 2, 2021
]]>
ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଅଙ୍ଗନବାଡ଼ି ଯେହେତୁ ଖୋଲିଲାଣି, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲାଯିବ। ଏଥିପାଇଁ SOP ପ୍ରସ୍ତୁତ କରାଯାଉଛି।
ତେବେ ନିର୍ଦ୍ଦିଷ୍ଟ ଭାବେ କେବେଠାରୁ ସ୍କୁଲ୍ ଖୋଲିବ, ସେ ସଂପର୍କରେ କିଛି ସ୍ପଷ୍ଟ କରିନାହାନ୍ତି ମନ୍ତ୍ରୀ ସମୀର ଦାଶ। ଆସନ୍ତା ସୋମବାରଠୁ ନବମ ଓ ଏକାଦଶ ଶ୍ରେଣୀର ମଧ୍ୟ ପାଠପଢ଼ା ଆରମ୍ଭ ହେବ।
https://youtu.be/wKw9e692Uk4
ରାଜ୍ୟର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଜାନୁଆରୀ ୮ରୁ ସ୍କୁଲ୍ ଖୋଲିବା ସହ ପାଠପଢ଼ା ଚାଲିଛି। ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ପାଠପଢ଼ା ଆରମ୍ଭ ହୋଇଥିବାବେଳେ କିଛିଦିନ ତଳେ ଫର୍ମପୂରଣ ଫି’କୁ ସରକାର ଛାଡ୍ କରିଥିଲେ।
ମେ ୩ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ। ୩ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ସରିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ମେ ୩ ରୁ ୧୨ ଯାଏ ସଂସ୍କୃତ ମଧ୍ୟମା ପରୀକ୍ଷା ହେବ ବୋଲି ଜଣାପଡ଼ିଛି।
]]>କାଲିଠୁ ବିଧିବଦ୍ଧ ଭାବେ ହେବ ପାଠପଢ଼ା ହେବ। କରୋନା କଟକଣା ଦୃଷ୍ଟିରୁ କ୍ଲାସ୍ ରୁମରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରେଣୀରେ ପ୍ରବେଶ କରିବା ପୂର୍ବରୁ ଛାତ୍ରଛାତ୍ରୀମାନେ ହାତ ସାନିଟାଇଜ୍ କରିଛନ୍ତି। ବେଞ୍ଚ ଡେସ୍କ ସବୁ ଛାଡ଼ି ଛାଡ଼ି ପକାଯିବା ସହ ବିଭିନ୍ନ ସ୍ଥାନରେ ସାନିଟାଇଜର ମଧ୍ୟ ରଖାଯାଇଛି। ସକାଳ ସାଢ଼େ ୮ଟାରୁ ସାଢ଼େ ୧୦ଟା ଯାଏ କ୍ଲାସ ୩ଟି ପିରିୟଡରେ ପାଠପଢ଼ା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ଏପ୍ରିଲ ୩୦ ଯାଏଁ କ୍ଲାସରୁମରେ ଶିକ୍ଷାଦାନ ଦିଆଯିବ ବୋଲି ସ୍କୁଲ ଓ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ତେବେ ସ୍ଥାନୀୟ ଅଞ୍ଚଳର ପାଣିପାଗକୁ ଦେଖି କ୍ଲାସର ସମୟରେ ପରିବର୍ତ୍ତ କରାଯାଇପାରେ ବୋଲି କୁହାଯାଇଛି।
ଶିକ୍ଷକ ଅଭାବ ଦୂର କରିବାକୁ ଅବସରପ୍ରାପ୍ତ ଶିକ୍ଷକ ଓ ଦକ୍ଷ ପ୍ରାଥମିକ ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି। ଅଗ୍ରାଧିକାର ଭିତ୍ତିରେ ଗଣିତ, ବିଜ୍ଞାନ, ଇଂରାଜୀକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ପୂର୍ବରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିସାରିଥିବା ବେଳେ ଆଜି ନବମ ଓ ଏକାଦଶ ଶ୍ରେଣୀ ଖୋଲିଛି।