ଉକ୍ତ ଔଷଧ ହସ୍ପିଟାଲରେ ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର ହେବ।
ସୂଚନାଥାଉ କି, ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଆଜି ସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨,୦୮୬ଜଣ ଚିକିତ୍ସାଧୀନ ଥିବାବେଳେ ୪,୭୪୩ଜଣ ସୁସ୍ଥ ହୋଇଛନ୍ତି। ୨୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
ଏପରି ସ୍ଥିତିରେ କରୋନା ଔଷଧ Remdesivir ରୋଗୀ ଓ ଡାକ୍ତରଙ୍କ ପାଇଁ ଆଶ୍ୱସ୍ତି ଆଣି ଦେଇଛି। ହାଇଦ୍ରାବାଦସ୍ଥିତ ଔଷଧ ନିର୍ମାଣକାରୀ କମ୍ପାନୀ ହେଟେରୋକୁ କୋଭିଡ୍-୧୯ ପାଇଁ ପ୍ରସ୍ତୁତ କରାଯାଇଥିବା ଔଷଧ ରେମଡେସିଭିର ଉତ୍ପାଦନ ଓ ବିକ୍ରି ପାଇଁ ଅନୁମିତ ମିଳିଥିଲା ଉକ୍ତ କମ୍ପାନୀ । ଏହା ପରେ ହେଟେରୋ ଏହାର ନାମ କୋଭିଫର୍ ରଖି ଉତ୍ପାଦନ ଆରମ୍ଭ କରିଥିଲା।
କିଛି ଦିନ ତଳେ କମ୍ପାନୀ ୨୦,୦୦୦ କୋଭିଫର ବୋତଲ ସର୍ବାଧିକ କରୋନା ପ୍ରଭାବିତ ୫ଟି ରାଜ୍ୟକୁ ପଠାଇଥିଲା। ଦିଲ୍ଲୀ ଓ ମୁମ୍ବାଇ ଏହା ମଧ୍ୟରେ ସାମିଲ ଥିଲେ।
ଦ୍ୱିତୀୟ ପର୍ଯ୍ୟାୟ ଔଷଧ ବିତରଣରେ କୋଲକାତା, ଇନ୍ଦୋର, ଭୋପାଳ, ଲକ୍ଷ୍ନୌ, ପାଟନା ଓ ଭୁବନେଶ୍ୱର, ରାଞ୍ଚି, ଭିଜୟୱାଡା, କୋଚି, ତ୍ରିଭେନ୍ଦ୍ରମ ଏବଂ ଗୋଆକୁ ଔଷଧ ପଠାଇବାର ଥିଲା। ୩-୪ ସପ୍ତାହ ମଧ୍ୟରେ କମ୍ପାନୀ ଏକ ଲକ୍ଷ ଔଷଧ ଉତ୍ପାଦନ କରିବାକୁ ଲକ୍ଷ ରଖିଥିବା ସେତେବେଳେ କହିଥିଲା।
ତେବେ ଏହି ଔଷଧ ଅନ୍ୟ କୌଣସି ଔଷଧ ଦୋକାନର ମିଳିବ ନାହିଁ। କେବଳ ହସ୍ପିଟାଲ ଓ ସରକାରୀସ୍ତରରେ ଉପଲବ୍ଧ ହେବ ବୋଲି ହେଟେରୋ ଗ୍ରୁପ୍ ଅଫ୍ କମ୍ପାନୀର ଏମ୍ଡି ଭାମସୀ କ୍ରିଷ୍ଣା କହିଛନ୍ତି। ଗର୍ଭବତୀ ମହିଳା, ଲିଭର ଓ କିଡ୍ନୀ ଫେଲ୍ ଥିବା ରୋଗୀ, ସ୍ତନ୍ୟପାନ କରାଉଥିବା ମହିଳା ଓ ୧୨ ବର୍ଷରୁ କମ୍ ବୟସ୍କ ପିଲାଙ୍କୁ ଏହି ଔଷଧ ଦିଆଯିବ ନାହିଁ ବୋଲି ସେ କହିଛନ୍ତି।
ଆହୁରି ପଢ଼ନ୍ତୁ: ଆତ୍ମହତ୍ୟା କଲେ OFS ଅଧିକାରୀ
]]>