ରାମନବମୀରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ଗତ ୧୭ ତାରିଖ ସଂଧ୍ୟାରୁ ୧୪୪ ଲାଗୁ କରିଥିଲା ଜିଲ୍ଲା ପ୍ରଶାସନ। ଏଥିସହ ପୋଲିସ ଛାଉଣୀରେ ପରିଣତ ହୋଇଥିଲା ଭଦ୍ରକ ସହର।
ଏମିତିକି ୨୪ତାରିଖ ସନ୍ଧ୍ୟାରୁ ୪୮ ଘଣ୍ଟା ପାଇଁ ମଧ୍ୟ ସାରା ସହରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦେଇଥିଲା ପ୍ରଶାସନ। ସୋସିଆଲ ମିଡିଆର ଅପବ୍ୟବହାର ରୋକିବାକୁ ଏବଂ ସାଂପ୍ରଦାୟିକ ସଦ୍ଭାବନା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିଲା।
]]>