ଏହାର ପ୍ରଭାବରେ ଦିନ ତାପମାତ୍ରା ସହ ଉପକୂଳରେ ପ୍ରଚୁର ଜଳୀୟବାଷ୍ପ ପ୍ରଭାବରେ ଗୁଳୁଗୁଳି ଜାରି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଆଗାମୀ 5ଦିନ ଯାଏଁ ଅବସ୍ଥାନ କରିବାର ସମ୍ଭାବନା ଥିବାରୁ ରାଜ୍ୟରେ ଏହି ଅବଧି ଯାଏଁ ମୌସୁମୀ ପ୍ରବାହ ଦୁର୍ବଳ ରହିବାର ସମ୍ଭାବନା
— Meteorological Centre, Bhubaneswar (@mcbbsr) August 30, 2022
ପ୍ରଭାବରେ ଉଚ୍ଚ ଦିନ ତାପମାତ୍ରା ସହ ଉପକୂଳରେ ପ୍ରଚୁର ଜଳୀୟବାଷ୍ପ ପ୍ରଭାବରେ ଗୁଳୁଗୁଳି ଜାରିରହିବ pic.twitter.com/mpHfnZyk9S
ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ୬ ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ କିମ୍ଵା ଏହାଠୁ ଅଧିକ ରେକର୍ଡ କରାଯାଇଛି। ୩୫.୮ ଡ଼ିଗ୍ରୀ ତାପମାତ୍ରା ସହ ଚାନ୍ଦବାଲି ଉତ୍ତପ୍ତ ସହର ହୋଇଛି। ଉଚ୍ଚ ତାପମାତ୍ରା ଏବଂ ଆଦ୍ରତା ପ୍ରଭାବରେ ଉପକୁଳରେ ଗୁଳୁଗୁଳି ଜାରି ରହିଥିବା ବେଳେ ଦୁର୍ବଳ ମୌସୁମୀ ପ୍ରଭାବ ଆହୁରି ୪ ରୁ ୫ଦିନ ରାଜ୍ୟରେ କାଁ ଭାଁ ବିକ୍ଷିପ୍ତ ବର୍ଷା ହୋଇପାରେ।
]]>ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ 6 ସହରରେ ଦିନ ତାପମାତ୍ରା 35ଡ଼ିଗ୍ରୀ କିମ୍ଵା ଅଧିକ ରେକର୍ଡ
— Meteorological Centre, Bhubaneswar (@mcbbsr) August 30, 2022
35.8 ଡ଼ିଗ୍ରୀ ତାପମାତ୍ରା ସହ ଚାନ୍ଦବାଲି ଉତ୍ତପ୍ତ ସହର
ଉଚ୍ଚ ତାପମାତ୍ରା ଏବଂ ଆଦ୍ରତା ପ୍ରଭାବରେ ଉପକୁଳରେ ଗୁଳୁଗୁଳି ଜାରି
ଦୁର୍ବଳ ମୌସୁମୀ ପ୍ରଭାବ ଆହୁରି 4 ରୁ 5 ଦିନ ରାଜ୍ୟରେ କାଁ ଭାଁ ବିକ୍ଷିପ୍ତ ବର୍ଷା
ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହିସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।
ଓଡ଼ିଶା ଉପକୂଳ ନିକଟତର ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ଆସନ୍ତା କିଛି ଘଣ୍ଟା ଭିତରେ ଏହା ବଙ୍ଗୋପ ସାଗରର ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
ସେପଟେ, ଜଳସ୍ତର କମିବା ପରେ ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍କୁ ବନ୍ଦ କରି ଦିଆଯାଇଛି। ଏବେ ୮ଟି ଗେଟ୍ ଦେଇ ଜଳଭଣ୍ଡାରରୁ ବନ୍ୟାପାଣି ନିଷ୍କାସିତ ହେଉଛି। ମହାନଦୀରେ ମଧ୍ୟ ଜଳସ୍ତର କମୁଛି। ଉପରମୁଣ୍ଡରେ ବର୍ଷା କମି ଥିବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳ ପ୍ରବେଶ କମିଛି। ବର୍ଷା କମିବା ପରେ ବୁଢ଼ାବଳଙ୍ଗ, ଇବ୍, ସୁବର୍ଣ୍ଣରେଖା ସମେତ ପ୍ରାୟ ସବୁ ନଦୀର ଜଳସ୍ତର ହ୍ରାସ ପାଉଛି।
]]>ମୟୂରଭଞ୍ଜ,ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ଯାଜପୁର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ।
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅନେକ ଅଞ୍ଚଳ ଜଳମଗ୍ନ ହେବାସହ ତଳିଆ ଅଞ୍ଚଳରେ ରହୁଥିବା ଲୋକେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏବେବି କିଛି ଅଞ୍ଚଳରେ ଲୋକେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି।
ମହାନଦୀରେ ଜଳସ୍ତର କମିବା ପରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଟଳିଛି। କେବଳ ଛୋଟରୁ ସାମାନ୍ୟ ଧରଣର ବନ୍ୟା ହୋଇପାରେ। ହେଲେ ଏଥିରେ କୌଣସି ବିପଦ ନଥିବା ଜଳ ସମ୍ପଦ ବିଭାଗର ସବୋର୍ଚ୍ଚ ଯନ୍ତ୍ରୀ ଧୀରେନ ସାମଲ କହିଛନ୍ତି।
]]>ଆଇଏମ୍ଡି ଡିଜିଙ୍କ ସୂଚନା ଅନୁସାରେ, ‘ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଅତି ବେଶୀରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଜି ଓ ଆସନ୍ତାକାଲି ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ।’
‘ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ଓଡ଼ିଶାରେ ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୭ରୁ ୧୨ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ’ ବୋଲି ଆଇଏମ୍ଡି ଡିଜି ସୂଚନା ଦେଇଛନ୍ତି।
ସୂଚନାଥାଉ କି, ନିକଟରେ ପୂର୍ବକେନ୍ଦ୍ରୀୟ ଓ ଏହା ତତ୍ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା। ଏଥିଯୋଗୁ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇଥିବା ବେଳେ କ୍ଷୟକ୍ଷତି ମଧ୍ୟ ହୋଇଥିଲା।
ଅନ୍ୟପକ୍ଷେ, ଆଜି ଅପରାହ୍ଣରେ ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲିଛି। ଏବେ ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବୃଦ୍ଧି ପାଉଛି। ଆଜି ସକାଳ ୭ଟାରେ ହୀରାକୁଦ ଜଳସ୍ତର ୬୨୮.୪୧ ଫୁଟ ଥିଲା। ୮ଟାରେ ଏହା ବୃଦ୍ଧି ପାଇ ୬୨୮.୪୫ ଫୁଟ ଓ ୯ଟାରେ ୬୨୮.୫୦ ଫୁଟ ହୋଇଥିଲା। ୧୦ଟାରେ ଜଳସ୍ତର ୬୨୮.୫୬ ଫୁଟ ଓ ୧୧ଟାରେ ୬୨୮.୬୨ ଫୁଟ ଥିଲା।
]]>ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଞ୍ଜାମରେ ସ୍ୱଳ୍ପ ଧରଣର ବର୍ଷା ହୋଇପାରେ। କିଛି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ଆଶଙ୍କା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୪ରୁ ୫ ଦିନ ଧରି ଏଭଳି ସ୍ଥିତି ଲାଗି ରହିପାରେ।
ଆସନ୍ତା ୨୦ରୁ ୨୧ ତାରିଖ ମଧ୍ୟରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ। ଏହାସହ ପ୍ରବଳରୁ ଅତିପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର୍.ବିଶ୍ୱାସ କହିଛନ୍ତି।
]]>୨୦ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ଜାଣନ୍ତୁ ଏ ନେଇ କ’ଣ କହୁଛନ୍ତି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର୍.ବିଶ୍ୱାସ #Odisha pic.twitter.com/Kj62HZVKxA
— ଓଟିଭି (@otvkhabar) September 16, 2020
ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବରେ ଅକ୍ଟୋବର ୧୧ରୁ ୧୩ ମଧ୍ୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର ତାମିଲନାଡୁ, ଆନ୍ଧ୍ର ପ୍ରଦେଶ ଉପକୂଳ, ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ, ଆସାମ ଓ ମେଘାଳୟର ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ଆକଳନ କରିଛି।
Conditions are becoming favourable for further withdrawal of Southwest Monsoon from entire Rajasthan, some more parts of Uttar Pradesh & Madhya Pradesh and some parts of Gujarat state during next 2 days.
— India Met. Dept. (@Indiametdept) October 4, 2020
ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ଏବେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶା, ବିହାର, ଝାଡ଼ଖଣ୍ଡର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।
]]>ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ୍ମାର୍କଡ୍ରେ ପରିଣତ ହୋଇଛି।
ପଶ୍ଚିମ, ପଶ୍ଚିମ-ଉତ୍ତର ଦିଗରେ ଗତି କରି ୧୨ ତାରିଖରେ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆଜିଠୁ ୧୩ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ୧୨ ତାରିଖ ସକାଳ ଯାଏ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
]]>