୨ ବାଇକ୍‌ ମୁହାଁମୁହିଁ ଧକ୍କା: ଗୋଟିଏ ପରିବାରର ଜଣେ ମୃତ, ୩ ଆହତ

ବାଲେଶ୍ୱର: ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାର ଜଣକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ଜଣ ଗୁରୁତର ଆହତ ହୋଇଛନ୍ତି। ବାଲେଶ୍ୱର ରେମୁଣା କାଠପାଳ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ଦୁଇଟି ବାଇକ୍‌ ପରସ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଅଘଟଣ ଘଟିଛି। ଦୁର୍ଘଟଣାରେ ବାପା, ମାଆ ଓ ଭାଇ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗ ମେଡିକାଲରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନ୍ୟ ଏକ ବାଇକ୍‌ର ଦୁଇ ଆରୋହୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଗୋଟିଏ ବାଇକ୍‌ରେ ଗୋଟିଏ ପରିବାର ୪ ଜଣ ବସି ଆସୁଥିବାବେଳେ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

You might also like