ପଥର ଖାଦାନରେ ଭୟଙ୍କର ବିସ୍ଫୋରଣ, ୧୦ ଶ୍ରମିକ ମୃତ, ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ସୂଚନା

ନୂଆଦିଲ୍ଲୀ/ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ୍‌ ଜିଲ୍ଲାରେ ଏକ ପଥର ଖାଦାନରେ ଭୟଙ୍କର ବିସ୍ଫୋରଣରେ ୧୦ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି।

ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ରହିଛନ୍ତି। ତେବେ ଆଉ କିଛି ଓଡ଼ିଆ ରହିଥିବା କୁହାଯାଉଛି। ମାତ୍ର ବର୍ତ୍ତମାନ ସୁଦ୍ଧା ଏନେଇ କିଛି ସ୍ପଷ୍ଟ ହୋଇନାହିଁ। ସେହିପରି ୧୫ଜଣ ନିଖୋଜ ମଧ୍ୟ ଅଛନ୍ତି। ଆହତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଆଲୁରୁ ମଣ୍ଡଲ ଅନ୍ତର୍ଗତ ହାତୀ ବେଲ୍‌ଗାଲ ଗାଁରେ ଏହି ଭୟଙ୍କର ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ୩୦ ଜଣ ଶ୍ରମିକ ଥିଲେ ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ବିହାର ଓ ଛତିଶଗଡ଼ର କିଛି ଶ୍ରମିକ ରହିଛନ୍ତି।

ଅନ୍ୟପକ୍ଷରେ, ଏହି ଘଟଣାକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଆହତଙ୍କୁ ଚିକିତ୍ସା ଯୋଗାଇ ଦେବା ଲାଗି ସେ ଜିଲ୍ଲା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

You might also like