ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍‌; ୧୫ ଆହତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲା ଲୁଣିସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭୁବନେଶ୍ୱରରୁ ଟିକାବାଲି ଯାଉଥିବା ଏକ ଘରୋଇ ବସ୍ ଏକ ଟ୍ରକ୍‌କୁ ପଛ ପଟୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।

ଏଥିରେ ବସ୍‌ର ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଅଛି। ସେମାନଙ୍କୁ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

୨ ଜଣଙ୍କ ଅବସ୍ଥା ଅତି ସଂକଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ, ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇ ଯାଇଛି।

You might also like