ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌

ବାଲେଶ୍ୱର: ବାଇକ୍‌କୁ ଟ୍ରକ୍‌ ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୃ ଘଟିଛି। ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଅର୍ନ୍ତଗତ ଫୁଲାରି ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀ କଲମା ଅଞ୍ଚଳର ବୋଲି ସୂଚନା ମିଳିଛି।

ସୂଚନା ଅନୁସାରେ, ଜଣେ ସାଇକେଲରେ ଓ ଅନ୍ୟ ଦୁଇଜଣ ବାଇକ୍‌ରେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

 

You might also like