କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ପ୍ରତିଶତ ବୃଦ୍ଧି ହୋଇଛି। ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।

ବର୍ଦ୍ଧିତ ୨% ଭତ୍ତା ଜୁଲାଇରୁ ପିଛିଲା ଭାବେ ଲାଗୁ ହେବ। ଏହାଦ୍ୱାରା ୪୮ଲକ୍ଷ ୪୧ହଜାର କର୍ମଚାରୀ ଓ ୬୨ଲକ୍ଷ ତିନି ହଜାର ପେନସନ ଭୋଗୀ ଉପକୃତ ହେବେ।

ସପ୍ତମ ବେତନ କମିଶନ ସୁପାରିଶ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ପରେ ରାଜକୋଷ ଉପରେ ୬ହଜାର ୧୧୨କୋଟି ଟଙ୍କାର ଅତିରିକ୍ତ ବୋଝ ପଡ଼ିବ।

You might also like