ବଜ୍ରାଘାତରେ ୩ ମୃତ, ୨ ଆହତ

କେନ୍ଦ୍ରାପଡ଼ା: ଆଜି ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା କୋରତନା ଗାଁ’ରେ କିଛି ଯୁବକ ସାଙ୍ଗ ହୋଇ ବସିଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୨ଜଣ ଗୁରୁତର ଆହତ ହୋଇଛନ୍ତି।  ଗୁରୁତରମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେହିପରି ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ମଧ୍ୟ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଛି। ଟାଉନ୍ ଥାନା ଦାଣ୍ଡବସ ଗାଁରେ ବ୍ୟକ୍ତି ଜଣକ ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

You might also like