ଜଳଖିଆ ଖାଇ ପୁରୀ- ହାୱଡ଼ା ଶତାବ୍ଦୀ ଏକ୍ସପ୍ରେସରେ ଯାତ୍ରୀ ଅସୁସ୍ଥ

କୋଲକାତା: କୋଲକାତା ଅଭିମୁଖେ ଯାଉଥିବା ୧୨୨୭୮ ପୁରୀ-ହାୱଡ଼ା ଶତାବ୍ଦୀ ଏକ୍ପପ୍ରେସରେ ଜଳଖିଆ ଖାଇ ୩୩ଜଣ ଯାତ୍ରୀ ଅସୁସ୍ଥ ହୋଇପଡିଛନ୍ତି।

ସୂଚନା ଅନୁସାରେ, ପ୍ରଥମେ ବେଲ୍‌ଦା ଷ୍ଟେସନ ନିକଟରେ ୨ଜଣ ଯାତ୍ରୀ ଅସୁସ୍ଥ ଅନୁଭବ କରିବା ସହ ବାନ୍ତି କରିଥିଲେ।  କିଛି ସମୟ ଭିତରେ ଆଉ ୧୫ଜଣ ଯାତ୍ରୀ ଅସୁସ୍ଥ ଅନୁଭବ କରୁଥିବା ଅଭିଯୋଗ କରିଥିଲେ।

ଟ୍ରେନ ଖଡଗପୁର ଷ୍ଟେସନରେ ପହଞ୍ଚିବା ପରେ ଅସୁସ୍ଥଥିବା ୧୫ଜଣ ଯାତ୍ରୀଙ୍କୁ  ଚିକିତ୍ସା କରାଯାଇଥିଲା।  ଏଥିପାଇଁ ଟ୍ରେନଟି ଖଡଗପୁର ଷ୍ଟେସନରେ ପ୍ରାୟ ଏକ ଘଣ୍ଟା ଧରି ଅଟକି ରହିଥିଲା।  ପରେ ଆଉ ୧୪ଜଣ ଯାତ୍ରୀଙ୍କୁ ଚେକ୍‌ ଅପ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଘଟଣା ପରେ ଆଇଆରସିଟିସି ପକ୍ଷରୁ ଖାଦ୍ୟର ମାନ ଯାଞ୍ଚ ପାଇଁ ପଠାଯାଇଛି।  ଗତକାଲି ସକାଳ ୫ଟା ୪୫ରେ ପୁରୀ-ହାୱଡ଼ା ଶତାବ୍ଦୀ ଏକ୍ପପ୍ରେସ ଭୁବନେଶ୍ୱର ଷ୍ଟେସନ ଛାଡିଥିଲା।

ଆହୁରି ପଢ଼ନ୍ତୁ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

You might also like