୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

କେନ୍ଦ୍ରାପଡ଼ା: ମହାକାଳପଡ଼ା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଜଣେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ, ଗତ ୨୦ତାରିଖରେ ନାବାଳିକା ଜଣକ ପାଖ ଗାଁ’କୁ ହନୁମାନ ଯଜ୍ଞ ଦେଖିବାକୁ ଯାଇଥିଲେ। ନାବାଳିକା ଜଣକୁ ଏକୁଟିଆ ପାଇ ଜଣେ ୧୪ ବର୍ଷର ନାବାଳକ ନିଛାଟିଆ ସ୍ଥାନରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

ନାବାଳିକାକୁ ପରିବାର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏହି ଘଟଣାକୁ ଗାଁରେ ସମାଧାନ କରିବା ଲାଗି ଚେଷ୍ଟା କରାଯାଇଥିଲା। ହେଲେ ଏଥିରେ ବିଫଳ ହେବାରୁ ରବିବାର ମାର୍ଶାଘାଇ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ।

 

You might also like