ଉତ୍ତରାଖଣ୍ଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୦ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଋଷିକେଶ ଗଙ୍ଗୋତ୍ରୀ ଜାତୀୟ ରାଜପଥରେ ଯାଉଥିବା ସମୟରେ ଏକ ଯାତ୍ରୀବାହୀ ବସ ୨୫୦ ମିଟର ତଳକୁ ଖସିପଡ଼ିଛି। ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଓ ୯ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।  ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ବସରେ ପାଖାପାଖି ୨୫ ଜଣ ଯାତ୍ରୀ ଥିବା ଜଣାପଡିଛି।  ଆହତମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ହେଲିକପ୍ଟର ବ୍ୟବସ୍ଥା କରାଯାଇଛି। ସେମାନଙ୍କୁ ସେଠାରୁ ସିଧାସଳଖ ଏମ୍‌ସ ନିଆଯିଉଛି।

ସେପଟେ ମୃତକମାନଙ୍କ ପରିବାରକୁ ୨ ଲକ୍ଷ ଓ ଆହତ ମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ରାଶି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛ।

You might also like