ପୁଣି ରିମାଣ୍ଡରେ ପୁଞ୍ଜିଲାଲ

ପାଟଣାଗଡ଼  : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ। ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ ଆଜି ପୁଞ୍ଜିଲାଲଙ୍କୁ ପାଟଣାଗଡ ଏସ୍‌ଡିଜେଏମଙ୍କ କୋର୍ଟରେ ହାଜର କରାଯାଇଥିଲା।

ଦ୍ୱିତୀୟ ଥର ଲାଗି ୮ଦିନ ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ, ହେଲେ ପାଟଣାଗଡ଼ କୋର୍ଟ ୫ଦିନ ଅନୁମତି ଦେଇଛନ୍ତି।

୬ଦିନିଆ ରିମାଣ୍ଡ ଅବଧି ସରିବା ପରେ ଗତକାଲି ପୁଞ୍ଜିଲାଲଙ୍କୁ କଡା ସୁରକ୍ଷା ବଳୟ ମଧ୍ୟରେ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରୁ ପାଟଣାଗଡ ଅଣାଯାଇଥିଲା। ରିମାଣ୍ଡ ସମୟରେ କ୍ରାଇମବ୍ରାଞ୍ଚକୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ଜଣାପଡିଛି।

ସେପଟେ ଘଟଣାରେ ଏ ପର୍ଯ୍ୟନ୍ତ ରାୟପୁରର ଅଟୋ ଚାଳକଙ୍କ ପତ୍ତା ମିଳିନି। ରାୟପୁରରେ କ୍ରାଇମବ୍ରାଞ୍ଚର ୩ଜଣିଆ ଟିମ୍ ରହି ତଦନ୍ତ କରୁଥିବାବେଳେ ଆଇଜି ଅରୁଣ ବୋଥ୍ରା ମଧ୍ୟ ରାୟପୁର ଯାଇ ତଦନ୍ତ କରିବେ ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like