ସାଂସଦ ପଦରୁ ଇସ୍ତଫା ଦେଲେ ବୈଜୟନ୍ତ

ଭୁବନେଶ୍ୱର: ସାଂସଦ ପଦରୁ ଇସ୍ତଫା ଦେଲେ ବୈଜୟନ୍ତ ପଣ୍ଡା। ଲୋକସଭା ବାଚସ୍ପତିଙ୍କ ନିକଟକୁ ବୈଜୟନ୍ତ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ବୈଜୟନ୍ତ ଜଣାଇଛନ୍ତି ଯେ, ଦଳ ଛାଡ଼ିବା ବେଳେ ନବୀନଙ୍କୁ ଚିଠିରେ ମୁଁ ଏକଥା ଜଣାଇଥିଲି। ପିତାଙ୍କ ଶୁଦ୍ଧିକ୍ରିୟା ପରେ ସାଂସଦ ପଦରୁ ଇସ୍ତଫା ଦେବା କଥା କହିଥିଲି । ସେ କହିଛନ୍ତି ଯେ, ଶୁଦ୍ଧିକ୍ରିୟା ପରେ ମୁଁ ବାଚସ୍ପତିଙ୍କୁ ଭେଟିବାକୁ ଚାହିଁଥିଲି। ବାଚସ୍ପତି ବିଦେଶରେ ଥିବାରୁ ଭେଟିବା ପାରି ନ ଥିଲି। ତେଣୁ ଇସ୍ତଫା ପତ୍ର ପଠାଇ ଦେଇଛି ବୋଲି ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି।

ଗତ ମେ ୨୮ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା। ନିଜ ଇସ୍ତଫା ପତ୍ର ସେ ଦଳର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଥିଲେ। ଜାନୁୟାରୀ ୨୪ ତାରିଖରେ ଦଳ ବିରୋଧି କାର୍ଯ୍ୟ ଲାଗି ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା। ତାଙ୍କ ବାପା ବଂଶୀଧର ପଣ୍ଡାଙ୍କ ଦେହାନ୍ତ ପରେ ସେହି ଦୁଃଖଦ ସମୟରେ ବିଜେଡିରୁ ଜଣେ ହେଲେ ବି କେହି ତାଙ୍କ ଶେଷ ଦର୍ଶନ ପାଇଁ ନ ଆସିବା ତାଙ୍କୁ ଗଭୀର ମର୍ମାହତ କରିଥିଲା। ଏହି କାରଣରୁ ସେ ଇସ୍ତଫା ଦେଇଥିବା ଲେଖିଥିଲେ।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like