ଭାଲୁ ଅାକ୍ରମଣରେ ଜଣକର ମୃତ୍ୟୁ

ଯାଜପୁର : ଭାଲୁ ଅାକ୍ରମଣରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଅାଉ ଜଣେ ଗୁରୁତର ଅାହତ ହୋଇଛନ୍ତି। ଯାଜପୁର ଜିଲ୍ଲା କୋରେଇ ଥାନା ହୁଡ଼ି ସାହି କାଜୁ ଜଙ୍ଗଲରେ ଏହି ଘଟଣା ଘଟିଛି। ମୃତକ ହେଉଛନ୍ତି ଶ୍ୟାମ ହେସା। ତାଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଅାହତ ହୋଇଛନ୍ତି ସୁକୁରା ମୁଣ୍ଡା।

ସୁକୁରାଙ୍କୁ ଯାଜପୁର ରୋଡ୍ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଶ୍ୟାମ ଓ ସୁକୁରା ଅାଜି ଭୋର ସମୟରେ ଶୌଚ କରିବାକୁ ଯାଇଥିବା ବେଳେ ଉଭୟଙ୍କୁ ଭାଲୁ ଅାକ୍ରମଣ କରିଥିଲା। ଖବର ପାଇବା ପରେ ବନ ବିଭାଗର ଅଧିକାରୀମାନେ ଘଟଣାସ୍ଥଳକୁ ଯାଇ ଉଭୟଙ୍କୁ ଉଦ୍ଧାର କରିଥିଲେ।

ଶ୍ୟାମଙ୍କୁ ଡାକ୍ତରଖାନା ନିଅାଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକ ଓ ଅାହତଙ୍କ ପରିବାରକୁ ସରକାରୀ ସହାୟତା ଲାଗି ଦାବି କରିଛନ୍ତି ସ୍ଥାନୀୟ ଲୋକେ।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like