ତେଲ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର: ଦିନକୁ ଦିନ ତେଲ ଦର ବୃଦ୍ଧି ପାଇବାରେ ଲାଗିଛି। କ୍ରମବର୍ଦ୍ଧିଷ୍ଣୁ ତୈଳଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛି ବିଜେଡି। ଏହାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି।

ଆସନ୍ତା  ୭, ୮, ୯ ତାରିଖ ୩ ଦିନ ଧରି ଦଳ ପର୍ଯ୍ୟାୟ କ୍ରମେ ସାରା ରାଜ୍ୟରେ ଆନ୍ଦୋଳନ କରିବ ବୋଲି କହିଛି।  ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ପେଟ୍ରୋଲ ଟାଙ୍କି ଆଗରେ ବିଜେଡିର ମହିଳା, ଯୁବ ଓ ଛାତ୍ର ସଂଗଠନ ପକ୍ଷରୁ ବିକ୍ଷୋଭ କରାଯିବ।

ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ଦଳର ସମସ୍ତ ନେତା ଓ କର୍ମୀ ଉପସ୍ଥିତ ରହିବେ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି।

ଭୁବନେଶ୍ୱରରେ ପେଟ୍ରୋଲ ଦର ୭୮.୦୨ଟଙ୍କା ରହିଥିବା ବେଳେ ଡିଜେଲ ଦର ୭୬.୩୪ଟଙ୍କାରେ ପହଞ୍ଚିଛି।

You might also like